ମା’ଙ୍କ ଗଳାକାଟି ହତ୍ୟା କଲେ ଦୁର୍ବୃତ୍ତ, ଝିଅ ଗୁରୁତର, ସିସିଟିଭିରେ କଏଦ ହେଲା…

ବ୍ରହ୍ମପୁର,୧୧ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାର ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀମା ନଗରରେ ସୋମବାର ଭୋରରେ ଏକ ଜଘନ୍ୟକାଣ୍ଡ ଘଟିଛି। ଭଡ଼ା ଘରେ ରହୁଥିବା ଜଣେ ମହିଳା ଓ ତାଙ୍କ ଝିଅକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ରହିଥିବା ଝିଅକୁ ଏମ୍‌କେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଛି। ମୃତ ମହିଳା ଜଣଙ୍କ ଗାୟତ୍ରୀ ସ୍ବାଇଁ(୩୪)। ଆହତ ଥିବା ତାଙ୍କ ଝିଅ ହେଲେ ନିଲାମ (୧୦)। ଅଞ୍ଚଳରେ ଏହାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଏଭଳି ଅମାନବୀୟ କାଣ୍ଡ ଘଟାଇବା ପରେ ଅଭିଯୁକ୍ତ ଜଣଙ୍କ ଫେରାର ହୋଇଯାଇଛନ୍ତି। ସଦର ଏସ୍‌ଡିପିଓ, ଥାନାଧିକାରୀ ତଦନ୍ତ କରୁଛନ୍ତି। ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରାଯାଉଛି। ପୋଲିସ ସାଇଣ୍ଟଫିକ ଟିମ୍‌ ସହାୟତାରେ ଘଟଣାର ବିଭିନ୍ନ ଦିଗରୁ ଛାନ୍‌ଭିନ୍‌ କରୁଛି। ମହିଳାଙ୍କ ଗଳାକାଟି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ବ୍ୟବଚ୍ଛେଦ ପରେ ତାହା ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

ଘଟଣାରୁ ପ୍ରକାଶ, ଗାୟତ୍ରୀ ତାଙ୍କ ଝିଅକୁ ଧରି ରାଖୀ ବାନ୍ଧିବା ପାଇଁ ତାଙ୍କ ଭାଇ ଘର ହଞ୍ଜିଳିକାଟୁ ଯାଇଥିଲେ। ରବିବାର ସନ୍ଧ୍ୟାରେ ସେ ଘରକୁ ଫେରିଥିଲେ। ସୋମବାର ବଡ଼ି ଭୋରରୁ ତାଙ୍କୁ ହତ୍ୟା କରାଯାଇଛି। ପୋଲିସ ସିସିଟିଭି ସହାୟତାରେ ତଦନ୍ତ କରୁଛି। ପ୍ରାଥମିକ ତଦନ୍ତରୁ ଲୋଚପଡ଼ା ଅଞ୍ଚଳରେ ବ୍ୟବସାୟ କରୁଥିବା ଜଣେ ଯୁବକ ଏହି କାଣ୍ଡ ଘଟାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ ଧରାପଡ଼ିଲେ ହତ୍ୟାର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri