ଦ୍ରୁତଗତିରେ ଆସି ହାଇୱାକୁ ପଛପଟୁ ଧକ୍କା ଦେଲା ମୋଟର ସାଇକେଲ୍, ତା’ପରେ…

ବନ୍ତ,୧୭।୪(କିଶୋର କୁମାର ସେଠୀ):  ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଜାମିତୀରା ଛକ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ୫୩ ନମ୍ବର ରାଜ୍ୟ ରାଜପଥରେ ନୋ-ଏଣ୍ଟ୍ରି ଥିବାରୁ ଏକ ବାଲି ବୋଝେଇ ହାଇୱା ରାସ୍ତା କଡ଼ରେ ଅଟକି ରହିଥିଲା । ଆନନ୍ଦପୁର ପଟୁ ବନ୍ତ ଆସୁଥିବା ଏକ ମୋଟର ସାଇକେଲ୍ ନିୟନ୍ତ୍ରଣ ହରାଇ ହାଇୱା ପଛରେ ଜୋରଦାର ଧକ୍କା ଦେଇଥିଲା ।

ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ମୋଟର ସାଇକେଲ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ ହୋଇଥିଲା । ମୃତକ ଜଣକ ବନ୍ତ ଥାନା ଚଣ୍ଡୀପୁର ଗାଁର ଗନି ଖାଁଙ୍କ ପୁଅ ଓସିମ୍ ଅକ୍ରମ୍ ଖାଁ (୪୫) ବୋଲି ଚିହ୍ନଟ କରାଯାଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା ପାଇ ବନ୍ତ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ତେବେ ରାଜପଥ କଡ଼ରେ ଏଭଳି ଗାଡ଼ି ପାର୍କିଂ କରିବା କେତେଦୂର ସୁରକ୍ଷିତ, ତାହା ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି । ସେପଟେ ଦୁର୍ଘଟଣାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri