OSRTC ବସ୍‌ ଧକ୍କାରେ ବାଇକ୍‌ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ

ପରଜଙ୍ଗ,୨୭।୧୦ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ବଡ଼କମର–ପାଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର ଆମ୍ବପଳାଶ ଶ୍ମଶାନ ନିକଟରେ ଓଏସ୍‌ଆର୍‌ଟିସି ବସ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ହେଲେ ଆମ୍ବପଳାଶ ଗ୍ରାମର ସୁନିଲି ସାହୁ (୨୯) । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି ।

ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ସ୍ଥାନୀୟ ଲୋକେ ପୂର୍ତ୍ତ ବିଭାଗ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଉକ୍ତ ରାସ୍ତାରେ ଯାତାୟାତ ପ୍ରଭାବିତ ହୋଇଛି ।  ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ରାସ୍ତା ଅବରୋଧ ହଟାଇବା ସହ ପରିସ୍ଥିତି ସ୍ୱାଭାବିକ କରିବା ପାଇଁ ପୋଲିସ ପକ୍ଷରୁ ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରାଯାଉଛି।

 

Dharitri – Odisha’s No.1 Odia Daily

Share
Tags: accident