ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ବର୍ତ୍ତିଲେ ଗାଡ଼ି ଚାଳକ: ଦୋଷ ଲଦାଲଦି ହେଉଛନ୍ତି ରାସ୍ତା ନିର୍ମାଣ ସଂସ୍ଥା-ବିଦ୍ୟୁତ ବିଭାଗ

ଥୁଆମୂଳ ରାମପୁର,୫।୨(ଦୁର୍ଗା କୀର୍ତ୍ତି):ପୂର୍ତ୍ତି ବିଭାଗ ପକ୍ଷରୁ ଥୁଆମୂଳ ରାମପୁର ମୁଖ୍ୟରାସ୍ତା ଉନ୍ନତୀକରଣ କରାଯାଉଛି। ଏଥିରେ କମ୍ପାନୀର ହାଇୱା, ମିକ୍ସଚର ମେଶିନ, ଜେସିବି ଆଦି ନିୟୋଜିତ ହୋଇଛି। ହେଲେ ମୁଖ୍ୟ ରାସ୍ତା ଉପରେ ୩୩କେଭି ବିଦ୍ୟୁତ୍‌ ତାର ସଂଯୋଗ ହୋଇଥିବାରୁ ଦୁର୍ଘଟଣାର କାରଣ ସାଜୁଛି। ମଙ୍ଗଳାବର ଜଣେ ମିକ୍ସର ଚାଳକ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାକ୍ରମେ ଡାକକୋଟା ଗ୍ରାମର କାନ୍ତ ଗୌଡ଼ (୩୫) ମିକ୍ସଚର ମେଶିନ ନେଇ ମାଣିକେଶ୍ବରୀ ମନ୍ଦିରପଟୁ ବ୍ଲକ ଆଡ଼କୁ ଆସୁଥିଲେ। କଳମପୁର ଛକରେ ହଠାତ୍‌ ଏକ ବାଇକ୍‌ ଆଗକୁ ଚାଲିଆସିବାରୁ ଚାଳକ ବାମପଟକୁ କାଟିବା ବେଳେ ଗାଡିଟି ୩୩କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲା। ଚାଳକ କାନ୍ତ ତଳକୁ ଡେଇଁପଡି ଜୀବନ ବଞ୍ଚାଇଥିଲେ ମଧ୍ୟ ବିଦ୍ୟୁତ୍‌ ଆଘାତରେ ତାଙ୍କର ବାମଗୋଡ ଓ ହାତର କିଛି ଅଂଶ ପୋଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗ ମରାମତି ଯନ୍ତ୍ରୀ ସୁନିଲ କୁମାର ରାଉଲଙ୍କୁ ପଚାରିବାରୁ ଯେଉଁ ଦୁର୍ଘଟଣା ଘଟି ମିକ୍ସଚର୍‌ ମେଶିନ ଡ଼୍ରାଇଭର ଆହତ ହୋଇଛନ୍ତି ସେଥିରେ ତାଙ୍କ ବିଭାଗର କିଛି ଭୁଲ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri