ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରତିବାଦରେ ତାତିଲା ମୋଟର ଚାଳକ ସଂଘ

ବରଗଡ଼ ଅଫିସ, ୧୬।୩- ଡ୍ରାଇଭରମାନଙ୍କୁ ସମ୍ମାନ, ସୁରକ୍ଷା ଏବଂ ଅଧିକାର ଦାବି ନେଇ ଡ୍ରାଇଭର ମହାସଂଘ ବୁଧବାରଠାରୁ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଧର୍ମଘଟ ଏବଂ ଅଖ ଚକ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଛି। ତେବେ ଡ୍ରାଇଭର ମହାସଂଘର ଏହି ଆନ୍ଦୋଳନକୁ ମୋଟର ଚାଳକ ସଂଘ ବିରୋଧ କରିଛି। ଡ୍ରାଇଭର ମହାସଂଘର ଆନ୍ଦୋଳନକୁ ଦୃଷ୍ଟିରେ ରଖି ମୋଟର ଚାଳକ ସଂଘ ପୂର୍ବରୁ ପୋଲିସ, ପ୍ରଶାସନକୁ ଜଣାଇ ଗାଡ଼ି ଚଳାଚଳ ସମୟରେ ସୁରକ୍ଷା ଯୋଗାଇ ଦେବାକୁ ନିବେଦନ କରିଥିଲା। ଗାଡ଼ି ଚଳାଚଳ ସମୟରେ ସୁରକ୍ଷା ଯୋଗାଇ ଦେବାକୁ ସେତେବେଳେ, ପ୍ରଶାସନ ନିର୍ଭର ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ମୋଟର ଚାଳକ ସଂଘର ସଦସ୍ୟମାନେ ଗାଡ଼ି ଚଲାଇ ଯାଉଥିବା ବେଳେ ଡ୍ରାଇଭର ମହାସଂଘର ସଦସ୍ୟମାନେ ରାସ୍ତା ଛାଡୁ ନାହାନ୍ତି। କେବଳ ସେତିକି ନୁହେଁ, ଗାଡ଼ି ଧରି ଯାଉଥିବା ମୋଟର ଚାଳକ ସଂଘର ସଦସ୍ୟମାନଙ୍କୁ ଡ୍ରାଇଭର ମହାସଂଘର ସଦସ୍ୟମାନେ ପୋଲିସ ଉପସ୍ଥିତିରେ ଜୋର ଜବରଦସ୍ତ ଗାଡିରୁ ଓହ୍ଲାଇ ଠେଲାପେଲା କରିବା ସହିତ ଚନ୍ଦନ, ସିନ୍ଦୁର, ଫୁଲମାଳା ପିନ୍ଧାଉଛନ୍ତି। ଏପରିକି ସିଲଟ ବେକରେ ଝୁଲାଇ ଅପମାନିତ କରୁଥିବା ମୋଟର ଚାଳକ ସଂଘ ପକ୍ଷରୁ ଅଭିଯୋଗ ହୋଇଛି।

ଏଭଳି ଅଭିଯୋଗ ନେଇ ଗୁରୁବାର ମୋଟର ଚାଳକ ସଂଘ ବରଗଡ଼ ଜିଲା ଶାଖାର କର୍ମକର୍ତ୍ତା ଓ ସଦସ୍ୟମାନେ ଏସ୍‌ପି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହିତ ନ୍ୟାୟ ଓ ସୁରକ୍ଷା ଦାବି କରିଛନ୍ତି। ସଂଘର ଜିଲା ସଭାପତି ନିରୋଜ ପୋଢ ଯାଦବଙ୍କ ନେତୃତ୍ୱରେ ଶତାଧିକ ସଦସ୍ୟ ଏସ୍‌ପି ଅଫିସକୁ ଆସିଥିଲେ। ଓଡ଼ଶା ଡ୍ରାଇଭର ମହାସଂଘ ଏବଂ ଓ ମୋଟର ଚାଳକ ସଂଘ ଏଭଳି ମୁହାଁମୁହିଁ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହାର ସମାଧାନ କରା ନ ଗଲେ ଆଗକୁ ଆଇନ୍‌ ଶୃଙ୍ଖଳା ପରିସ୍ଥିତି ଉପୁଜିବାର ଯଥେଷ୍ଟ ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?