ପଞ୍ଚାୟତକୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସୁବିଧା ପାଇଁ ୩ ସଂସ୍ଥା ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ବର, ୬।୫(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ଗ୍ରାମପଞ୍ଚାୟତକୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସେବା ଯୋଗାଇଦେବା ପାଇଁ ଶୁକ୍ରବାର ଓପିଟିସିଏଲ୍‌, ଭାରତ ସଞ୍ଚାର ନିଗମ ଲିମିଟେଡ୍‌ ଏବଂ ଓଡ଼ିଶା କମ୍ପ୍ୟୁଟର ପ୍ରୟୋଗ କେନ୍ଦ୍ର (ଓକାକ୍‌) ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତିନାମା(ଏମ୍‌ଓୟୁ) ସ୍ବାକ୍ଷର ହୋଇଛି। ଭାରତନେଟ୍‌ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେ ଏହି ପଦକ୍ଷେପ ନିଆଯାଇଛି। ଏହି ଅବସରରେ ରାଜ୍ୟ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଭାଗୀୟ ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ର, ଓପିଟିସିଏଲ୍‌ର ନିର୍ଦ୍ଦେଶକ ବି.ବି. ମେହେଟ୍ଟା ଏବଂ ଭାରତ ସଞ୍ଚାର ନିଗମ ଲିମିଟେଡ୍‌ର ମୁଖ୍ୟ ମହାପ୍ରବନ୍ଧକ ଆର୍‌.ଏନ୍‌. ପଲ୍ଲାଇ, ଆଇଟି ବିଭାଗ ସ୍ବତନ୍ତ୍ର ଶାସନ ସଚିବ ମାନସ ରଞ୍ଜନ ପଣ୍ଡା, ଅତିରିକ୍ତ ଶାସନ ସଚିବ ତଥା ଓକାକ୍‌ ସିଇଓ ମନୋଜ ପଟ୍ଟନାୟକ, ଓକାକ୍‌ ଜେନେରାଲ ମ୍ୟାନେଜର ମଧୁମିତା ରଥ, ପ୍ରଶାସନିକ ଅଧିକାରୀ ପ୍ରବୋଧ ରାଉତ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ବେହେରା କହିଛନ୍ତି, ଭାରତନେଟ୍‌-ଓଡ଼ିଶା ପ୍ରକଳ୍ପ ଦ୍ୱାରା କେବଳ ବ୍ଲକ ମୁଖ୍ୟାଳୟ ନୁହେଁ, ବରଂ ଦୁର୍ଗମ ଅଞ୍ଚଳରେ ଥିବା ଗ୍ରାମପଞ୍ଚାୟତରେ ମଧ୍ୟ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସେବା ଉପଲବ୍ଧ ହେବ। ବର୍ତ୍ତମାନ ସମୟରେ ପ୍ରାୟ ସମସ୍ତ ସରକାରୀ ସେବା ଇଣ୍ଟରନେଟ୍‌ ଉପରେ ନିର୍ଭରଶୀଳ। ଲୋକମାନେ ବ୍ୟାଙ୍କିଙ୍ଗ୍‌, କୃଷି, ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ କିଭଳି ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ସେବା ସୁବିଧାରେ ପାଇପାରିବେ ସେଥିଲାଗି ସରକାର ଚେଷ୍ଟିତ ଅଛନ୍ତି। ରାଜ୍ୟ ସରକାର ୫-ଟି ଅଧୀନରେ ଯେଉଁସବୁ ପ୍ରକଳ୍ପ କାର୍ଯ୍ୟକାରୀ କରିଛନ୍ତି, ସେଥିପାଇଁ ଇଣ୍ଟରନେଟ୍‌ର ଆବଶ୍ୟକତା ରହିଛି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପ୍ରତ୍ୟେକ ଗ୍ରାମରେ ଇଣ୍ଟରନେଟ୍‌ ସୁବିଧା ଉପଲବ୍ଧ ହେବ। ଓପିଟିସିଏଲ୍‌ ଏବଂ ଓକାକ୍‌ ନିଜର କାର୍ଯ୍ୟର ପାରଦର୍ଶିତା ଦେଖାଇ ସଫଳ ଭାବେ ଏବଂ ଧାର୍ଯ୍ୟ ସମୟରେ ଭାରତନେଟ୍‌-୨ ପର୍ଯ୍ୟାୟର ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରିଥିବାରୁ ମନ୍ତ୍ରୀ ଏହି ଦୁଇ ସଂସ୍ଥାକୁ ପ୍ରଶଂସା କରିଛନ୍ତି। ଭାରତ ସଞ୍ଚାର ନିଗମ ଲିମିଟେଡ୍‌ ମଧ୍ୟ ଏହି ଭିତ୍ତିଭୂମିର ଲାଭ ଉଠାଇ ଗ୍ରାମାଞ୍ଚଳରେ ଇଣ୍ଟରନେଟ୍‌ ସେବାକୁ ସୁଦୃଢ଼ କରିପାରିବ। ଭାରତ ସଞ୍ଚାର ନିଗମ ଲିମିଟେଡ୍‌ର ମୁଖ୍ୟ ମହାପ୍ରବନ୍ଧକ ଆର୍‌.ଏନ୍‌ . ପଲାଇ କହିଛନ୍ତି, ୫୪୫ କୋଟି ଟଙ୍କା ବିନିମୟରେ ୨୦,୦୦୦ କିଲୋମିଟର ଦୀର୍ଘ ଅପ୍‌ଟିକାଲ ଫାଇବର କେବଲିଂ ମାଧ୍ୟମରେ ୧୩୨ ବ୍ଲକର ୨୯୩୨ ଗ୍ରାମପଞ୍ଚାୟତକୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ସେବା ଯୋଗାଇ ଦିଆଯିବ। ଫଳରେ ଗ୍ରାମାଞ୍ଚଳରେ ଲୋକେ ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ସେବା ପାଇପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?