କୃଷି ପ୍ରଗତି ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ରାଜ୍ୟରେ କୃଷି ପ୍ରଗତି ପାଇଁ ଓଡ଼ିଶା ସରକାର ଏବଂ ବିଲ୍‌ ଓ ମିଲିଣ୍ଡା ଗେଟ୍‌ସ ଫାଉଣ୍ଡେଶନ ମଧ୍ୟରେ ମଙ୍ଗଳବାର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏହା ମାଧ୍ୟମରେ ଗେଟ୍‌ସ ଫାଉଣ୍ଡେଶନ ଓ ଏହାର ଭାଗୀଦାରମାନେ କୃଷି ଡାଟା ସିଷ୍ଟମ୍‌, ପ୍ରଯୁକ୍ତି ବିଦ୍ୟା ବିକାଶ ଓ ଘରୋଇ କ୍ଷେତ୍ରରେ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରିପାରିବେ। ଏହାଦ୍ୱାରା ରାଜ୍ୟର ନାମମାତ୍ର, କ୍ଷୁଦ୍ର ଓ ଭୂମିହୀନ ଚାଷୀ ଉପକୃତ ହେବେ। ସେମାନଙ୍କ ଜୀବନଜୀବିକାର ସମୃଦ୍ଧି ପାଇଁ ନିରନ୍ତର କୃଷି ପ୍ରୋତ୍ସାହନ ନିମନ୍ତେ ଅଧିକ ସହାୟତା ମିଳିବା ସହ ବୈଷୟିକ ଜ୍ଞାନ, ପ୍ରଯୁକ୍ତି ଓ ସୃଜନଶୀଳ କାର୍ଯ୍ୟକ୍ରମ ଦ୍ୱାରା କୃଷି ଉତ୍ପାଦନ ବୃଦ୍ଧି ପାଇଁ ଆହୁରି ସୁଯୋଗ ସୃଷ୍ଟି କରିପାରିବ। କୃଷିକୁ ଚିରପୋଷଣୀୟ କରିବା, ବଜାର ଦକ୍ଷତା ବୃଦ୍ଧି, ଖାଦ୍ୟର ଗୁଣାତ୍ମକ ମାନ ବୃଦ୍ଧି ସହିତ ମରୁଡ଼ି ଆଶଙ୍କା କମାଇବା, କୀଟ ଆକ୍ରମଣ ଓ ଅନ୍ୟ ଜଳବାୟୁଜନିତ ବିପଦକୁ ହ୍ରାସ କରିବା, ମୃତ୍ତିକା ଓ ଜଳସମ୍ବଳ ପରିଚାଳନାକୁ ଦକ୍ଷ କରିବା ଆଦି କ୍ଷେତ୍ରରେ ଆବଶ୍ୟକ ତଥ୍ୟ ବ୍ୟବହାରକୁ ଗେଟ୍‌ସ ଫାଉଣ୍ଡେଶନ ତ୍ୱରାନ୍ବିତ କରିବ ବୋଲି କୁହାଯାଇଛି।

କୃଷି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଲେ, ଗେଟ୍‌ସ ଫାଉଣ୍ଡେଶନ ସହଯୋଗରେ ଆମେ ବିଶ୍ୱର ଶ୍ରେଷ୍ଠ ପଦ୍ଧତି, ସର୍ବଶ୍ରେଷ୍ଠ ପ୍ରଯୁକ୍ତି ଓ ଅଭିନବ କୌଶଳ ଲାଭ କରିପାରିବୁ। ଏହାଦ୍ୱାରା ଗ୍ରାମୀଣ ଲୋକଙ୍କ ପାଇଁ ସୂଚନା, ଦ୍ରବ୍ୟ, ସେବା ଓ ଭାଗୀଦାରିକୁ ଅଧିକ ପ୍ରୋତ୍ସାହିତ କରାଯାଇପାରିବ। ବିଲ୍‌ ଓ ମିଲିଣ୍ଡା ଫାଉଣ୍ଡେଶନର ନିର୍ଦ୍ଦେଶକ ଅଲ୍‌କେଶ ୱାଧୱାନୀ କହିଲେ, ଓଡ଼ିଶାର କ୍ଷୁଦ୍ର ଚାଷୀଙ୍କ ଜୀବିକାର ଉନ୍ନତି ପାଇଁ ଓଡ଼ିଶା ସରକାରଙ୍କୁ ଆମେ ସହଯୋଗ ଯୋଗାଇ ଦେବୁ। ବିଭାଗର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ କୁଳପତି ପୱନ କୁମାର ଅଗ୍ରୱାଲ, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ ଲେଙ୍କା, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ ଉପସ୍ଥିତ ଥିଲେ। ଏହି ଅବସରରେ ବିଭାଗ ତରଫରୁ କୃଷି ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର ଓ ପ୍ରାଣୀସମ୍ପଦ ବିକାଶ ନିର୍ଦ୍ଦେଶକ ୟେଦୁଲ୍ଲା ବିଜୟ ବିଲ୍‌ ଏବଂ ମିଲିଣ୍ଡା ଫାଉଣ୍ଡେଶନ ତରଫରୁ ଡ. ଅଲକେଶ ୱାଧୱାନୀ ବୁଝାମଣାପତ୍ରରେ ସ୍ବାକ୍ଷର କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତା ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri