ଆଜି ଆୟୁଷ୍ମାନ ଭାରତ ଯୋଜନା ଲାଗି ଏମ୍‌ଓୟୁ

ଭୁବନେଶ୍ୱର,୧୩ା୧(ସୁନିତ୍‌ ମିଶ୍ର): ଫେବୃଆରୀରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବ। ଏଥିଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷର ହେବ। ଏହାପରେ ହିତାଧିକାରୀମାନଙ୍କୁ ଏହି ଯୋଜନାରେ ପ୍ରସ୍ତୁତ କାର୍ଡ ପ୍ରଦାନ କରାଯିବ। ତେବେ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗି ଏମ୍‌ଓୟୁ ସ୍ବାକ୍ଷରିତ ହେବ। ଏଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଉଭୟ ସରକାରଙ୍କ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି। ସେଠାରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଓଡ଼ିଶାରେ ପ୍ରଥମ ଥର ଲାଗି ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବାକୁ ଯାଉଛି। ପୂର୍ବରୁ ବିଜେଡି ସରକାର ସମୟରେ ଏହି ଯୋଜନା ରାଜ୍ୟରେ କାର୍ଯ୍ୟକାରୀ ହୋଇ ନ ଥିଲା। ଯେଉଁଥିଲାଗି କେନ୍ଦ୍ରୀୟ ନେତାମାନେ ବାରମ୍ବାର ଓଡ଼ିଶା ଗସ୍ତରେ ଆସି ତତ୍କାଳୀନ ବିଜେଡି ସରକାରକୁ ବାରମ୍ବାର ଟାର୍ଗେଟ କରୁଥିଲେ। ହେଲେ ଓଡ଼ିଶା ଭାଜପା ଶାସନ କ୍ଷମତାକୁ ଆସିବା ପରେ ଏଠାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବାକୁ ଯାଉଛି। ଅନ୍ୟପଟେ ରାଜ୍ୟ ସରକାର ନିଜସ୍ବ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ମଧ୍ୟ ଲାଗୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri