ମିଲେଟ୍‌ ପ୍ରସାର ପାଇଁ ଏମ୍‌ଓୟୁ

ଭୁବନେଶ୍ୱର,୪ା୧(ବ୍ୟୁରୋ): ବିଶ୍ୱବ୍ୟାପୀ ମିଲେଟ୍‌କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ତରଫରୁ ୨୦୨୩ ବର୍ଷକୁ ଆନ୍ତର୍ଜାତିକ ମିଲେଟ୍‌ ବର୍ଷ ଭାବରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମିଲେଟ୍‌ ମିଶନ ପକ୍ଷରୁ କ୍ଷୁଦ୍ରଶସ୍ୟ ଭାବେ ମିଲେଟ୍‌ର ଗୁରୁତ୍ୱ ଏବଂ ଉପକାରିତା ସମ୍ପର୍କରେ ପ୍ରଚାର ପ୍ରସାର କରିବା ପାଇଁ ବର୍ଷସାରା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି କ୍ରମରେ ମଙ୍ଗଳବାର କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଓ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ୍‌(ଫିକି) ମଧ୍ୟରେ ବୁଝାମଣାପତ୍ର (ଏମ୍‌ଓୟୁ)ସ୍ବାକ୍ଷରିତ ହୋଇଛି।
ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଉପସ୍ଥିତିରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ଏବଂ ଫିକିର ଆସିଷ୍ଟାଣ୍ଟ ସେକ୍ରେଟାରି ଜେନେରାଲ ମୌସୁମୀ ଘୋଷ ବୁଝାମଣାପତ୍ରରେ ସ୍ବାକ୍ଷର କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ ମିଲେଟ୍‌କୁ ଘରେ ଘରେ ଆଦୃତ କରାଇବା ସହିତ ଏହାକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ଷସାରା ଅନ୍ତର୍ଜାତୀୟ ମିଲେଟ୍‌ ବର୍ଷ ପାଳନ କରିବା ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ ହୋଇଥିବାବେଳେ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ନିୟମିତ ସମୀକ୍ଷା କରାଯିବ।
ବୁଝାମଣାପତ୍ର ଅନୁଯାୟୀ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଏବଂ ଫିକିର ସହଭାଗିତାରେ ବର୍ଷସାରା ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ହେବ। ଫିକି ଓ ଓଡ଼ିଶା ସରକାର ମିଳିତ ଭାବେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ନିୟମିତ ଭାବେ କାର୍ଯ୍ୟକ୍ରମଗୁଡ଼ିକ ସମୀକ୍ଷା ଏବଂ ତଦାରଖ ସହିତ ଏଥିନିମନ୍ତେ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବ। ମିଲେଟ୍‌ର ପ୍ରଚାରପ୍ରସାର ଦିଗରେ ଜନସମ୍ପର୍କ ସଂସ୍ଥା, ଡିଜାଇନର ପାର୍ଟନର, ଇଭେଣ୍ଟ ମ୍ୟାନେଜ୍‌ମେଣ୍ଟ, ନଲେଜ ପାର୍ଟନର, ଗବେଷଣା ଆଦିରେ ଫିକି ସହଭାଗିତା ଯୋଗାଇଦେବ। ମିଲେଟ୍‌ର ପ୍ରଚାର ପାଇଁ ବ୍ରାଣ୍ଡ୍‌ ଆମ୍ବାସାଡର ନିଯୁକ୍ତି, ସାମାଜିକ ଗଣମାଧ୍ୟମରେ ପ୍ରଚାର ଆଦି କାର୍ଯ୍ୟ ସହିତ ନୂଆଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ଅହମଦାବାଦ, ହାଇଦ୍ରାବାଦ, ଚେନ୍ନାଇ ଆଦି ସହରରେ ମିଲେଟ୍‌ ଫୁଡ୍‌ ଫେଷ୍ଟିଭାଲ୍‌ ଆଦିର ଆୟୋଜନ କରାଯିବ। ବିଭିନ୍ନ ଏଫ୍‌ଏମ୍‌ସିଜି କମ୍ପାନୀମାନଙ୍କୁ ମିଲେଟ୍‌ ଜାତୀୟ ଖାଦ୍ୟକୁ ମୂଲ୍ୟଯୁକ୍ତ କରିବା ପାଇଁ ପୁଞ୍ଜିନିବେଶ ଦିଗରେ ଆଲୋଚନା ହେବ। ସହରାଞ୍ଚଳରେ ମିଲେଟ୍‌ର ବ୍ୟାପକ ପ୍ରଚାର ଓ ଜନସଚେତନତା ଦିଗରେ ବିଶେଷ ଗୁରୁତ୍ୱ ଦିଆଯାଇଛି।
ବିଭିନ୍ନ ମିଡିଆରେ ବିଶେଷଜ୍ଞମାନଙ୍କ ଦ୍ୱାରା କାର୍ଯ୍ୟକ୍ରମର ଆୟୋଜନ କରାଯିବ। ମିଲେଟ୍‌ ଜାତୀୟ ଖାଦ୍ୟର ପ୍ରଚାର ଦିଗରେ ଖାଦ୍ୟ ପ୍ରସ୍ତୁତି ନେଇ ବିଭିନ୍ନ ରୋଷେଇ କାର୍ଯ୍ୟକ୍ରମ ଓ ରୋଷେଇ ପ୍ରତିଯୋଗିତା ଟିଭି ଚ୍ୟାନେଲ ଏବଂ ହୋଟେଲ ଆସୋସିଏଶନ ଦ୍ୱାରା ଆୟୋଜନ କରାଯିବ।
କାର୍ଯ୍ୟକ୍ରମର ଡକ୍ୟୁମେଣ୍ଟେଶନ କରାଯିବା ସହିତ ଓଡ଼ିଶା ମିଲେଟ୍‌ ମିଶନ ସମ୍ପର୍କରେ ଡକ୍ୟୁମେଣ୍ଟାରି ପ୍ରସ୍ତୁତ କରାଯିବ। ଏହି ଅବସରରେ ଫାଉଣ୍ଡେଶନ୍‌ ବୁକ୍‌ ଅନ୍‌ ମିଲେଟ୍‌ସ୍‌ର ଅନ୍ତର୍ଜାତୀୟ ପ୍ରକାଶନ ମଧ୍ୟ କରାଯିବ। ଏଥିସହିତ ଇଣ୍ଟରନ୍ୟାଶନାଲ କନ୍‌ଭେନ୍‌ଶନ ଅନ୍‌ ମିଲେଟ୍‌ର ଆୟୋଜନ ନିମନ୍ତେ ମଧ୍ୟ ଫିକି ଆବଶ୍ୟକ ସହଯୋଗ ଯୋଗାଇଦେବ। ଭୁବନେଶ୍ୱର ଓ ରାଉରକେଲାଠାରେ ପୁରୁଷ ହକି ବିଶ୍ୱକପ୍‌ ପ୍ରତିଯୋଗିତା ସମୟରେ ମିଲେଟ୍‌ ସମ୍ପର୍କିତ ଭିଡିଓ ପ୍ରଦର୍ଶନ କରାଯିବା ସହିତ ଖେଳାଳି ଓ ଅତିଥିମାନଙ୍କୁ ମିଲେଟ୍‌ ସମ୍ବନ୍ଧୀୟ ସ୍ମରଣିକା, ବ୍ୟାଗ୍‌ ଓ ପୁଷ୍ପଗୁଚ୍ଛ ଆଦି ପ୍ରଦାନ କରାଯିବ। ଖେଳାଳିମାନଙ୍କ ଖାଦ୍ୟ ତାଲିକାରେ ଯେପରି ମିଲେଟ୍‌ରୁ ପ୍ରସ୍ତୁତ ଖାଦ୍ୟ ସ୍ଥାନ ପାଇବ, ସେଥିପ୍ରତି ହୋଟେଲଗୁଡ଼ିକ ସହିତ ସମନ୍ବୟ ରକ୍ଷା କରାଯିବ। ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସଚିବ ଅରବିନ୍ଦ ପାଢ଼ୀ, ସ୍ବତନ୍ତ୍ର ଶାସନ ସଚିବ ସଞ୍ଜୀବ ଚଢ଼ାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଫିକିର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri