ମିଲେଟ୍‌ ପ୍ରସାର ପାଇଁ ଏମ୍‌ଓୟୁ

ଭୁବନେଶ୍ୱର,୪ା୧(ବ୍ୟୁରୋ): ବିଶ୍ୱବ୍ୟାପୀ ମିଲେଟ୍‌କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ତରଫରୁ ୨୦୨୩ ବର୍ଷକୁ ଆନ୍ତର୍ଜାତିକ ମିଲେଟ୍‌ ବର୍ଷ ଭାବରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମିଲେଟ୍‌ ମିଶନ ପକ୍ଷରୁ କ୍ଷୁଦ୍ରଶସ୍ୟ ଭାବେ ମିଲେଟ୍‌ର ଗୁରୁତ୍ୱ ଏବଂ ଉପକାରିତା ସମ୍ପର୍କରେ ପ୍ରଚାର ପ୍ରସାର କରିବା ପାଇଁ ବର୍ଷସାରା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି କ୍ରମରେ ମଙ୍ଗଳବାର କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଓ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ୍‌(ଫିକି) ମଧ୍ୟରେ ବୁଝାମଣାପତ୍ର (ଏମ୍‌ଓୟୁ)ସ୍ବାକ୍ଷରିତ ହୋଇଛି।
ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଉପସ୍ଥିତିରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ଏବଂ ଫିକିର ଆସିଷ୍ଟାଣ୍ଟ ସେକ୍ରେଟାରି ଜେନେରାଲ ମୌସୁମୀ ଘୋଷ ବୁଝାମଣାପତ୍ରରେ ସ୍ବାକ୍ଷର କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ ମିଲେଟ୍‌କୁ ଘରେ ଘରେ ଆଦୃତ କରାଇବା ସହିତ ଏହାକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ଷସାରା ଅନ୍ତର୍ଜାତୀୟ ମିଲେଟ୍‌ ବର୍ଷ ପାଳନ କରିବା ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ ହୋଇଥିବାବେଳେ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ନିୟମିତ ସମୀକ୍ଷା କରାଯିବ।
ବୁଝାମଣାପତ୍ର ଅନୁଯାୟୀ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଏବଂ ଫିକିର ସହଭାଗିତାରେ ବର୍ଷସାରା ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ହେବ। ଫିକି ଓ ଓଡ଼ିଶା ସରକାର ମିଳିତ ଭାବେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ନିୟମିତ ଭାବେ କାର୍ଯ୍ୟକ୍ରମଗୁଡ଼ିକ ସମୀକ୍ଷା ଏବଂ ତଦାରଖ ସହିତ ଏଥିନିମନ୍ତେ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବ। ମିଲେଟ୍‌ର ପ୍ରଚାରପ୍ରସାର ଦିଗରେ ଜନସମ୍ପର୍କ ସଂସ୍ଥା, ଡିଜାଇନର ପାର୍ଟନର, ଇଭେଣ୍ଟ ମ୍ୟାନେଜ୍‌ମେଣ୍ଟ, ନଲେଜ ପାର୍ଟନର, ଗବେଷଣା ଆଦିରେ ଫିକି ସହଭାଗିତା ଯୋଗାଇଦେବ। ମିଲେଟ୍‌ର ପ୍ରଚାର ପାଇଁ ବ୍ରାଣ୍ଡ୍‌ ଆମ୍ବାସାଡର ନିଯୁକ୍ତି, ସାମାଜିକ ଗଣମାଧ୍ୟମରେ ପ୍ରଚାର ଆଦି କାର୍ଯ୍ୟ ସହିତ ନୂଆଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ଅହମଦାବାଦ, ହାଇଦ୍ରାବାଦ, ଚେନ୍ନାଇ ଆଦି ସହରରେ ମିଲେଟ୍‌ ଫୁଡ୍‌ ଫେଷ୍ଟିଭାଲ୍‌ ଆଦିର ଆୟୋଜନ କରାଯିବ। ବିଭିନ୍ନ ଏଫ୍‌ଏମ୍‌ସିଜି କମ୍ପାନୀମାନଙ୍କୁ ମିଲେଟ୍‌ ଜାତୀୟ ଖାଦ୍ୟକୁ ମୂଲ୍ୟଯୁକ୍ତ କରିବା ପାଇଁ ପୁଞ୍ଜିନିବେଶ ଦିଗରେ ଆଲୋଚନା ହେବ। ସହରାଞ୍ଚଳରେ ମିଲେଟ୍‌ର ବ୍ୟାପକ ପ୍ରଚାର ଓ ଜନସଚେତନତା ଦିଗରେ ବିଶେଷ ଗୁରୁତ୍ୱ ଦିଆଯାଇଛି।
ବିଭିନ୍ନ ମିଡିଆରେ ବିଶେଷଜ୍ଞମାନଙ୍କ ଦ୍ୱାରା କାର୍ଯ୍ୟକ୍ରମର ଆୟୋଜନ କରାଯିବ। ମିଲେଟ୍‌ ଜାତୀୟ ଖାଦ୍ୟର ପ୍ରଚାର ଦିଗରେ ଖାଦ୍ୟ ପ୍ରସ୍ତୁତି ନେଇ ବିଭିନ୍ନ ରୋଷେଇ କାର୍ଯ୍ୟକ୍ରମ ଓ ରୋଷେଇ ପ୍ରତିଯୋଗିତା ଟିଭି ଚ୍ୟାନେଲ ଏବଂ ହୋଟେଲ ଆସୋସିଏଶନ ଦ୍ୱାରା ଆୟୋଜନ କରାଯିବ।
କାର୍ଯ୍ୟକ୍ରମର ଡକ୍ୟୁମେଣ୍ଟେଶନ କରାଯିବା ସହିତ ଓଡ଼ିଶା ମିଲେଟ୍‌ ମିଶନ ସମ୍ପର୍କରେ ଡକ୍ୟୁମେଣ୍ଟାରି ପ୍ରସ୍ତୁତ କରାଯିବ। ଏହି ଅବସରରେ ଫାଉଣ୍ଡେଶନ୍‌ ବୁକ୍‌ ଅନ୍‌ ମିଲେଟ୍‌ସ୍‌ର ଅନ୍ତର୍ଜାତୀୟ ପ୍ରକାଶନ ମଧ୍ୟ କରାଯିବ। ଏଥିସହିତ ଇଣ୍ଟରନ୍ୟାଶନାଲ କନ୍‌ଭେନ୍‌ଶନ ଅନ୍‌ ମିଲେଟ୍‌ର ଆୟୋଜନ ନିମନ୍ତେ ମଧ୍ୟ ଫିକି ଆବଶ୍ୟକ ସହଯୋଗ ଯୋଗାଇଦେବ। ଭୁବନେଶ୍ୱର ଓ ରାଉରକେଲାଠାରେ ପୁରୁଷ ହକି ବିଶ୍ୱକପ୍‌ ପ୍ରତିଯୋଗିତା ସମୟରେ ମିଲେଟ୍‌ ସମ୍ପର୍କିତ ଭିଡିଓ ପ୍ରଦର୍ଶନ କରାଯିବା ସହିତ ଖେଳାଳି ଓ ଅତିଥିମାନଙ୍କୁ ମିଲେଟ୍‌ ସମ୍ବନ୍ଧୀୟ ସ୍ମରଣିକା, ବ୍ୟାଗ୍‌ ଓ ପୁଷ୍ପଗୁଚ୍ଛ ଆଦି ପ୍ରଦାନ କରାଯିବ। ଖେଳାଳିମାନଙ୍କ ଖାଦ୍ୟ ତାଲିକାରେ ଯେପରି ମିଲେଟ୍‌ରୁ ପ୍ରସ୍ତୁତ ଖାଦ୍ୟ ସ୍ଥାନ ପାଇବ, ସେଥିପ୍ରତି ହୋଟେଲଗୁଡ଼ିକ ସହିତ ସମନ୍ବୟ ରକ୍ଷା କରାଯିବ। ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସଚିବ ଅରବିନ୍ଦ ପାଢ଼ୀ, ସ୍ବତନ୍ତ୍ର ଶାସନ ସଚିବ ସଞ୍ଜୀବ ଚଢ଼ାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଫିକିର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri