୫ ସରକାରୀ ଆଇଟିଆଇ ସହ ଟିପିସିଓଡିଏଲ୍‌ର ବୁଝାମଣା

ଭୁବନେଶ୍ୱର,୩।୩: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ୫ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର (ଆଇଟିଆଇ) ସହ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର ଘୋଷଣା କରି ଓଡ଼ିଶାର ଯୁବବର୍ଗଙ୍କ ସମ୍ଭାବନାକୁ ସମୃଦ୍ଧ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷାଗତ ଜ୍ଞାନ ଓ ଶିଳ୍ପ ଆବଶ୍ୟକତା ଭିତରେ ଥିବା ଅନ୍ତରକୁ ଦୂରକରି ଯୁବବର୍ଗଙ୍କ ପ୍ରତିଭାକୁ ସୁଦୃଢ଼ କରିବା ଏବଂ ପେସାଦାର ଯାତ୍ରା ଲାଗି ସୁବିଧା ପ୍ରଦାନ କରିବା ଦିଗରେ ଟିପିସିଓଡିଏଲ୍‌ର ପ୍ରତିବଦ୍ଧତାକୁ ଏହି ବୁଝାମଣାପତ୍ର ଦର୍ଶାଉଛି। ଏମ୍‌ଓୟୁଗୁଡ଼ିକ ସ୍ବାକ୍ଷର ଅବସରରେ ଟିପିସିଓଡିଏଲ୍‌ର ଚିଫ୍‌-ଅପରେଶନ ସର୍ଭିସେସ୍‌ ରାଜକୁମାର ରସ୍ତୋଗୀ, ବରିଷ୍ଠ ମହାପ୍ରବନ୍ଧକ (ମାନବ ସମ୍ବଳ) ବୁଦ୍ଧିଶ କୁମାର ବେହେରା, ଓଡ଼ିଶା ଡିସ୍‌କମ୍‌ଗୁଡ଼ିକର ଶିକ୍ଷଣୀୟ ଓ ବିକାଶ ମୁଖ୍ୟ ଏବଂ କଲେଜର ଅଧ୍ୟକ୍ଷମାନେ ଉପସ୍ଥିତ ଥିଲେ। ପୁରୀ ସରକାରୀ ଆଇଟିଆଇ,ଢେଙ୍କାନାଳ ସରକାରୀ ଆଇଟିଆଇ, କଟକ ସରକାରୀ ଆଇଟିଆ, ଭୁବନେଶ୍ୱର ସରକାରୀ ଆଇଟିଆଇ ଏବଂ ପଟ୍ଟାମୁଣ୍ଡାଇ ସରକାରୀ ଆଇଟିଆଇ ସହ ଉକ୍ତ ବୁଝାମଣାପତ୍ର ସ୍ବାକ୍ଷର ହୋଇଥିଲା। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହ କହିଛନ୍ତି, ଓଡ଼ିଶାରେ ଦକ୍ଷତା ବିକାଶ ଓ ସଶକ୍ତୀକରଣକୁ ଆଗକୁ ବଢ଼ାଇବାରେ ଆମ ଉଦ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବିଷୟରେ ଘୋଷଣାକରି ଆମେ ବେଶ୍‌ ଆନନ୍ଦିତ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri