ଫକିର ମୋହନ ବିଶ୍ୱବିଦ୍ୟାଳୟ-ଭାରତୀୟ ପାଣିପାଗ ବିଭାଗ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ

ବାଲେଶ୍ୱର ଅଫିସ, ୧୮।୧୦: ଫକୀର ମୋହନ ବିଶ୍ୱବିଦ୍ୟାଳୟ ଓ ଭାରତୀୟ ପାଣିପାଗ ବିଭାଗ (ଆଇ.ଏମ.ଡି.) ନୂଆଦିଲ୍ଲୀ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଛି। ଏଥିରେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରି ପାଣିପାଗ ସମ୍ବନ୍ଧୀୟ ଗବେଷଣା ଦିଗରେ ଏକ ବୃହତ୍ତର କ୍ଷେତ୍ରରେ କାର୍ଯ୍ୟକରିବାର ଲକ୍ଷ୍ୟ ନେଇ ଏହି ବିଶବିଦ୍ୟାଳୟ ପ୍ରତିଶୃତିବଦ୍ଧ ରହିବ ବୋଲି ମତ ଦେଇଥିଲେ। ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର୍‌ ମୁନେଶ ଚନ୍ଦ୍ର ଅଧିକାରୀ ଏମ୍‌ଓୟୁ ସ୍ବାକ୍ଷରିତ ସଭାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ମତ ଦେଇ ପାଣିପାଗ ସମ୍ବନ୍ଧୀୟ ଅଧ୍ୟୟନ ଓ ଆକଳନ କ୍ଷେତ୍ରରେ ପ୍ରକୃତ ଗବେଷଣାର କ୍ଷେତ୍ର ପ୍ରସ୍ତୁତ କରିବାରେ ଏହି ପଦକ୍ଷେପ ବିଶେଷ ସହାୟକ ହୋଇପାରିବ ବୋଲି ପ୍ରକାଶ କରିଥିଲେ ।

କୁଳସଚିବ ଶ୍ରିମତୀ କୁକୁମୀନା ଦାସ ଉଭୟ ଫକୀର ମୋହନ ବିଶବିଦ୍ୟାଳୟ ଓ ଆଇ. ଏମ. ଡି. ତଥା ଭାରତୀୟ ପାଣିପାଗ ବିଭାଗ ମଧ୍ୟରେ ଏହି ବୁଝାମଣା ଜ୍ଞାପନପତ୍ର ସ୍ବାକ୍ଷରିତ ହେବା ଫଳରେ ଗବେଷଣା ନିମିତ୍ତ ବହୁବିଧ ଦିଗ ଉନ୍ମୋଚିତ ହୋଇପାରିବ ବୋଲି ମତ ଦେଇଥିଲେ। ଆଇଏମ୍‌ଡିର ନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏହି ପରିପ୍ରେକ୍ଷୀରେ ଏମ୍‌ଓୟୁ ସ୍ବାକ୍ଷରିତ ହେବାର ସାମାଜିକ ଅର୍ଥନୈତିକ ସମୁନ୍ନତି ସମ୍ପର୍କୀୟ ମତବ୍ୟକ୍ତ କରିବା ସହିତ ‘ଚରମ ସ୍ତରୀୟ ପାଣିପାଗର ପୂର୍ବ ଚେତାବନୀ ଏବଂ ତ୍ୱରିତ ପଦକ୍ଷେପ’ ଶୀର୍ଷକ ଏକ ଭିତ୍ତିପ୍ରବନ୍ଧ ଜରିଆରେ ଆକସ୍ମିକ ପ୍ରାକୃତିକ ବିପର୍ଯ୍ୟୟ ଓ ବିପର୍ଯ୍ୟୟ ପ୍ରଶମନ ବିଷୟରେ ଚର୍ଚ୍ଚା କରିଥିଲେ। ସଂଯୋଜକ ଡ. ନିହାର ରଞ୍ଜନ ରାଉତ ଏଥିରେ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଡ. ବିବେକନନ୍ଦ ନାୟକ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ଆଇଟିଆର୍‌ ଭୁବନେଶ୍ବର ଓ ବାଲେଶ୍ୱରର ବୈଜ୍ଞାନିକବୃନ୍ଦ ଏଥିରେ ଉପସ୍ଥିତ ରହିଥିଲେ । ଡ. ସନ୍ତୋଷ ଅଗ୍ରୱାଲା ଏହି କାର୍ଯ୍ୟକ୍ରମ ଆୟୋଜନରେ ସହାୟତା କରିଥିଲେ। ଶେଷରେ ଡ. ମିହିର ତନୟ ଦାସ ଆନୁଷ୍ଠାନିକ ଭାବରେ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?