Posted inଫୁରସତ

ସୁଟ୍‌ବୁଟ୍‌ରେ ପର୍ବତାରୋହଣ

ଟୋକିଓ: ଏକ ଲୋକକଥା ଅଛି, ଯେପରି ଦେଶ ସେପରି ବେଶ ା ଲୋକ ଯେଉଁଠାର ହୋଇଥିବ ସେ ସେହିପରି ବେଶପୋଷାକ ପରିଧାନ କରୁଥିବ। ତେବେ ଅଫିସରେ ଜଣେ ବ୍ୟକ୍ତି ସୁଟ୍‌ବୁଟ୍‌ରେ ନଜର ଆସିବା ସାଧାରଣ କଥା। ଯଦି ସେ ଅନ୍ୟ କେଉଁଠାରେ ସୁଟ୍‌ବୁଟ୍‌ରେ ନଜର ଆସନ୍ତି, ତେବେ ତାହା ବହୁତ ଅଜବ ଲାଗିଥାଏ। ନିକଟରେ ଏପରି ଜଣେ ବ୍ୟକ୍ତି ସୁଟ୍‌ବୁଟ୍‌ରେ ପାହାଡ଼ ଉପରେ ନଜର ଆସିଛନ୍ତି, ଯାହାକି ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ରିପୋର୍ଟ ମୁତାବକ, ଜାପାନର ପ୍ରସିଦ୍ଧ ଦରଜି ଏବଂ ଆଡ୍‌ଭେନ୍ଚର ନୋବୁଟାକା ସାଦା ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ସାଧାରଣତଃ ଲୋକେ ପର୍ବତାରୋହଣ ସମୟରେ ବିଭିନ୍ନ ପ୍ରକାର ଜରୁରୀ ସାମଗ୍ରୀ ସହ କାନ୍ଧରେ ବ୍ୟାଗ ଏବଂ ଷ୍ଟିକ୍‌ ନେଇ ଚଢ଼ିଥାନ୍ତି। ହେଲେ ନୋବୁଟାକା କେବଳ ସୁଟ୍‌ବୁଟ୍‌ ପିନ୍ଧି ପର୍ବତାରୋହଣ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ମାଲେସିଆର ସବୁଠାରୁ ଉଚ୍ଚ ଶିଖର ମାଉଣ୍ଟ କିନାବାଲୁର ଉଚ୍ଚତା ୪ ହଜାର ୯୫ ମିଟର। ସେ ସୁଟ୍‌ବୁଟ୍‌ରେ କିନାବାଲୁ ଚଢିଛନ୍ତି। ତାଙ୍କର ଏପରି କରିବା ପଛରେ ତାଙ୍କ ବିଜ୍‌ନେସକୁ ପ୍ରମୋଟ କରିବା ସହ ସେ ଜଣେ ଭଲ ଦରଜି ଏବଂ ଭଲ ସୁଟ୍‌ ତିଆରି କରନ୍ତି ବୋଲି ପ୍ରମାଣିତ କରିଥିବା ସେ କହିଛନ୍ତି। ଏହା ତାଙ୍କର ପ୍ରଥମ ସୁଟ୍‌ବୁଟ୍‌ ଭ୍ରମଣ ନୁହେଁ। ଏହା ପୂର୍ବରୁ ସେ ୨୯୦୦ ମିଟର ଉଚ୍ଚତା ବିଶିଷ୍ଟ ମାଉଣ୍ଡ ସିରୋଉମାରେ ମଧ୍ୟ ଚଢିବା ସହ ଟୋକିଓ ମାରାଥନ୍‌ରେ ମଧ୍ୟ ଭାଗ ନେଇଥିଲେ। ସେଥିରେ ମଧ୍ୟ ସେ ସୁଟ୍‌ବୁଟ୍‌ରେ ହିଁ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri