ପାହାଡ଼ରେ ଭରି ରହିଛି ହୀରା: ଖୋଲିବା ଆରମ୍ଭ କଲେ ଲୋକେ, ତଦନ୍ତ ନିର୍ଦ୍ଦେଶ ଦେଲେ ସରକାର

କୋହିମା,୨୮।୧୧: ନାଗାଲାଣ୍ଡରେ ଏବେ ହୀରା ଲୋଭରେ ଲୋକେ ଏକ ପାହାଡ଼କୁ ଖୋଳିବା ଆରମ୍ଭ କରିଛନ୍ତି। ମୋନ୍‌ ଜିଲାର ଓ୍ବାନଚିଙ୍ଗ୍‌ ଗାଁରେ ଥିବା ପାହାଡ଼ରେ ହୀରା ମିଳୁଥିବାଖବର ପ୍ରଚାର ହୋଇଥିଲା। ପ୍ରଥମେ କେତେକ ଗାଁ ଲୋକେ ପାହାଡ଼ ଖୋଲିବା ଆରମ୍ଭ କରିଥିଲେ। ଏବେ ଗାଁର ସମସ୍ତ ବାସିନ୍ଦା ହୀରା ଲୋଭରେ ପାହାଡ଼ ଖୋଳା କାମରେ ଲାଗିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଖବର ମିଳିବା ପରେ ସରକାରଙ୍କ ପକ୍ଷରୁ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଭୂବିଜ୍ଞାନ ଏବଂ ଖନନ ବିଭାଗ ଟିମ୍‌କୁ ଘଟଣା ସ୍ଥଳରେ ଯାଞ୍ଚ୍‌ କରିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ତଦନ୍ତକାରୀ ଦଳ ଘଟଣାସ୍ଥଳରେ ନଭେମ୍ବର ୩୦ ଅବା ଡିସେମ୍ବର ୧ରେ ପହଞ୍ଚିବେ। ସେମାନେ ଖୁବ୍‌ ଶୀଘ୍ର ତଦନ୍ତ ରିପୋର୍ଟ ଉପସ୍ଥାପନ କରିବେ। ଜଙ୍ଗଲକୁ ଯାଇଥିବା କେତେକ ଲୋକଙ୍କୁ କ୍ରିଷ୍ଟାଲ ପଥର ମିଳିଥିଲା। ଏହାକୁ ଲୋକେ ହୀରା ବୋଲି କହିଥିଲେ। ପରବର୍ତ୍ତୀ ସମୟରେ ପାହାଡ଼ରେ ହୀରା ମିଳୁଥିବା ନେଇ ଗାଁ ପ୍ରଚାର ହୋଇଥିଲା। ଏବେ ଗାଁ ଲୋକେ ପାହାଡ଼ର ବିଭିନ୍ନ ଅଞ୍ଚଳ ଖୋଲୁଥିବା ଉପଜିଲାପାଳ ଥଓ୍ବସେଲନନ୍‌ ସୂଚନା ଦେଇଛନ୍ତି। ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri