ପାହାଡ଼ରେ ଭରି ରହିଛି ହୀରା: ଖୋଲିବା ଆରମ୍ଭ କଲେ ଲୋକେ, ତଦନ୍ତ ନିର୍ଦ୍ଦେଶ ଦେଲେ ସରକାର

କୋହିମା,୨୮।୧୧: ନାଗାଲାଣ୍ଡରେ ଏବେ ହୀରା ଲୋଭରେ ଲୋକେ ଏକ ପାହାଡ଼କୁ ଖୋଳିବା ଆରମ୍ଭ କରିଛନ୍ତି। ମୋନ୍‌ ଜିଲାର ଓ୍ବାନଚିଙ୍ଗ୍‌ ଗାଁରେ ଥିବା ପାହାଡ଼ରେ ହୀରା ମିଳୁଥିବାଖବର ପ୍ରଚାର ହୋଇଥିଲା। ପ୍ରଥମେ କେତେକ ଗାଁ ଲୋକେ ପାହାଡ଼ ଖୋଲିବା ଆରମ୍ଭ କରିଥିଲେ। ଏବେ ଗାଁର ସମସ୍ତ ବାସିନ୍ଦା ହୀରା ଲୋଭରେ ପାହାଡ଼ ଖୋଳା କାମରେ ଲାଗିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଖବର ମିଳିବା ପରେ ସରକାରଙ୍କ ପକ୍ଷରୁ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଭୂବିଜ୍ଞାନ ଏବଂ ଖନନ ବିଭାଗ ଟିମ୍‌କୁ ଘଟଣା ସ୍ଥଳରେ ଯାଞ୍ଚ୍‌ କରିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ତଦନ୍ତକାରୀ ଦଳ ଘଟଣାସ୍ଥଳରେ ନଭେମ୍ବର ୩୦ ଅବା ଡିସେମ୍ବର ୧ରେ ପହଞ୍ଚିବେ। ସେମାନେ ଖୁବ୍‌ ଶୀଘ୍ର ତଦନ୍ତ ରିପୋର୍ଟ ଉପସ୍ଥାପନ କରିବେ। ଜଙ୍ଗଲକୁ ଯାଇଥିବା କେତେକ ଲୋକଙ୍କୁ କ୍ରିଷ୍ଟାଲ ପଥର ମିଳିଥିଲା। ଏହାକୁ ଲୋକେ ହୀରା ବୋଲି କହିଥିଲେ। ପରବର୍ତ୍ତୀ ସମୟରେ ପାହାଡ଼ରେ ହୀରା ମିଳୁଥିବା ନେଇ ଗାଁ ପ୍ରଚାର ହୋଇଥିଲା। ଏବେ ଗାଁ ଲୋକେ ପାହାଡ଼ର ବିଭିନ୍ନ ଅଞ୍ଚଳ ଖୋଲୁଥିବା ଉପଜିଲାପାଳ ଥଓ୍ବସେଲନନ୍‌ ସୂଚନା ଦେଇଛନ୍ତି। ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri