Posted inଜାତୀୟ

ଖଣି ଖନନ ସମୟରେ ଚାପି ହୋଇ ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଜୟପୁର,୩ା୭: ଶନିବାର ବିଳମ୍ବିତ ରାତିରେ ରାଜସ୍ଥାନର ସିକର ଜିଲ୍ଲାର ନିମ୍‌କା ଥାନା ଅଞ୍ଚଳରେ ପାଟନ ନିକଟରେ ଖଣି ଖନନ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଖନନ ସମୟରେ ପାହାଡ଼ର ଏକ ବଡ଼ ଅଂଶ ଭାଙ୍ଗିଯିବାରୁ ଏହା ତଳେ ପାର୍କିଂ ହୋଇଥିବା ଗାଡ଼ିଗୁଡ଼ିକ ଏବଂ କାର୍ଯ୍ୟ କରୁଥିବା ଶ୍ରମିକମାନେ ଚାପି ହୋଇଯାଇଥିଲେ।

ସୂଚନାନୁଯାୟୀ, ନିମ୍‌କା ପୋଲିସ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଊଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଗୁରୁତର ହୋଇଛନ୍ତି। ତାଙ୍କୁ ଡାକ୍ତରଖାନା ପଠାଯାଇଛି।

ପୋଲିସ ସୂଚନାନୁସାରେ ଏହି ଦୁର୍ଘଟଣା ପାଟନ ଅଞ୍ଚଳର ରେଲା ଗ୍ରାମରେ ଘଟିଛି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଦିଲପୁରା ଗାଁର ସୁଭାଷ ଗୁରୁଜାର ଏବଂ ଭରତପୁର ବାସିନ୍ଦା ରବି ମେଘଓ୍ବାଲ ବୋଲି ଜଣାପଡ଼ିଛି। ପୋଲିସ ଉଭୟଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ତଳେ ଆଉ କେତେଜଣ ଫସି ରହିଛନ୍ତି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri