ଉତ୍ତମ ମହାନ୍ତିଙ୍କ ପରଲୋକରେ ସବୁଠି ଶୋକ: ରାଜନେତାଙ୍କଠାରୁ ଅଭିନେତାଙ୍କ ପର୍ଯ୍ୟନ୍ତ, ଜାଣନ୍ତୁ କିଏ କ’ଣ କହିଲେ

ଭୁବନେଶ୍ବର,୨୮।୨: ଭେଟରାନ ଓଲିଉଡ୍‌ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଛି।୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ପରଲୋକରେ କେବଳ ଓଲିଉଡ୍‌ ନୁହେଁ, ଓଡ଼ିଶା ତଥା ଦେଶର ମନୋରଞ୍ଜନ ଜଗତରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିବା ସହ ଉତ୍ତମ ମହାନ୍ତିଙ୍କୁ ଓଡ଼ିଆ ସିନେ ଜଗତର ଧ୍ରୁବତାରା ଭାବେ ଅଭିହିତ କରିଛନ୍ତି। ଉତ୍ତମଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ତାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି। ଏହି ଖବର ପ୍ରକାଶିତ ହେବା ପରେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକରେ ଉତ୍ତମଙ୍କ ଅଗଣିତ ପ୍ରଶଂସକ ତାଙ୍କ ମହାନ୍‌ ବ୍ୟକ୍ତିତ୍ୱକୁ ମନେପକାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବାରେ ଲାଗିଛନ୍ତି।

ମୁଖ୍ୟମନ୍ତ୍ରୀ ମାଝୀ ଉତ୍ତମଙ୍କ ପରଲୋକରେ ଶୋକବ୍ୟକ୍ତ କରି କହିଛନ୍ତି, ଏହି ମହାନ୍‌ ଅଭିନେତାଙ୍କ ଦେହାନ୍ତ ବିଷୟ ଜାଣି ସେ ଅତ୍ୟନ୍ତ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଓଡ଼ିଆ କଳାଜଗତରେ ସେ ଛାଡ଼ିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଦର୍ଶକଙ୍କ ହୃଦୟରେ ଅମର କରି ରଖିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ ଏକ୍ସ’ରେ ପୋଷ୍ଟ କରିଛନ୍ତି।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲେଖିଛନ୍ତି, ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ତାଙ୍କୁ ବ୍ୟଥିତ କରିଛି। ଉତ୍ତମଙ୍କ ବିୟୋଗ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ମହାପ୍ରଭୁଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ପ୍ରଭାତୀ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି। ଓଡ଼ିଆ ସିନେ ଜଗତର ଅଦ୍ୱିତୀୟ ନାୟକ ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ସମଗ୍ର ଓଡ଼ିଶା ପାଇଁ ଶୋକ ଆଣିଦେଇଛି। ତାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।
ପିସିସି ସଭାପତି ଭକ୍ତ ଚରଣ ଦାସ ନିଜ ଶୋକ ବାର୍ତ୍ତାରେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁପର୍‌ ଷ୍ଟାର ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ସମୟକୁ ସହ୍ୟ କରିବା ପାଇଁ ତାଙ୍କ ପରିବାର ଓ ପ୍ରଶଂସକମାନଙ୍କୁ ଈଶ୍ୱର ଧୈର୍ଯ୍ୟ ପ୍ରଦାନ କରନ୍ତୁ। ତାଙ୍କର ଅମର ଆତ୍ମାର ସଦ୍ଗତି କାମନା କରୁଛି।
ସେହିପରି କଣ୍ଠଶିଳ୍ପୀ ଦିପ୍ତୀରେଖା ପାଢ଼ୀ କହିଛନ୍ତି,ଓଡ଼ିଆ ସିନେମା ଜଗତର ଅପୂରଣୀୟ କ୍ଷତି। ତାଙ୍କ ଅଭିନୟ, ତାଙ୍କ କଳା, ତାଙ୍କ ଦୟାଳୁ ସଭା ଏବଂ ତାଙ୍କ ଅସାଧାରଣ ଅବଦାନ ଆମ ସମସ୍ତଙ୍କ ହୃଦୟରେ ଅମର ରହିବ। ତାଙ୍କ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri