ଉତ୍ତମ ମହାନ୍ତିଙ୍କ ପରଲୋକରେ ସବୁଠି ଶୋକ: ରାଜନେତାଙ୍କଠାରୁ ଅଭିନେତାଙ୍କ ପର୍ଯ୍ୟନ୍ତ, ଜାଣନ୍ତୁ କିଏ କ’ଣ କହିଲେ

ଭୁବନେଶ୍ବର,୨୮।୨: ଭେଟରାନ ଓଲିଉଡ୍‌ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଛି।୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ପରଲୋକରେ କେବଳ ଓଲିଉଡ୍‌ ନୁହେଁ, ଓଡ଼ିଶା ତଥା ଦେଶର ମନୋରଞ୍ଜନ ଜଗତରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିବା ସହ ଉତ୍ତମ ମହାନ୍ତିଙ୍କୁ ଓଡ଼ିଆ ସିନେ ଜଗତର ଧ୍ରୁବତାରା ଭାବେ ଅଭିହିତ କରିଛନ୍ତି। ଉତ୍ତମଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ତାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି। ଏହି ଖବର ପ୍ରକାଶିତ ହେବା ପରେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକରେ ଉତ୍ତମଙ୍କ ଅଗଣିତ ପ୍ରଶଂସକ ତାଙ୍କ ମହାନ୍‌ ବ୍ୟକ୍ତିତ୍ୱକୁ ମନେପକାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବାରେ ଲାଗିଛନ୍ତି।

ମୁଖ୍ୟମନ୍ତ୍ରୀ ମାଝୀ ଉତ୍ତମଙ୍କ ପରଲୋକରେ ଶୋକବ୍ୟକ୍ତ କରି କହିଛନ୍ତି, ଏହି ମହାନ୍‌ ଅଭିନେତାଙ୍କ ଦେହାନ୍ତ ବିଷୟ ଜାଣି ସେ ଅତ୍ୟନ୍ତ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଓଡ଼ିଆ କଳାଜଗତରେ ସେ ଛାଡ଼ିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଦର୍ଶକଙ୍କ ହୃଦୟରେ ଅମର କରି ରଖିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ ଏକ୍ସ’ରେ ପୋଷ୍ଟ କରିଛନ୍ତି।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲେଖିଛନ୍ତି, ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ତାଙ୍କୁ ବ୍ୟଥିତ କରିଛି। ଉତ୍ତମଙ୍କ ବିୟୋଗ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ମହାପ୍ରଭୁଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ପ୍ରଭାତୀ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି। ଓଡ଼ିଆ ସିନେ ଜଗତର ଅଦ୍ୱିତୀୟ ନାୟକ ଉତ୍ତମ ମହାନ୍ତିଙ୍କ ଦେହାନ୍ତ ଖବର ସମଗ୍ର ଓଡ଼ିଶା ପାଇଁ ଶୋକ ଆଣିଦେଇଛି। ତାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।
ପିସିସି ସଭାପତି ଭକ୍ତ ଚରଣ ଦାସ ନିଜ ଶୋକ ବାର୍ତ୍ତାରେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁପର୍‌ ଷ୍ଟାର ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ସମୟକୁ ସହ୍ୟ କରିବା ପାଇଁ ତାଙ୍କ ପରିବାର ଓ ପ୍ରଶଂସକମାନଙ୍କୁ ଈଶ୍ୱର ଧୈର୍ଯ୍ୟ ପ୍ରଦାନ କରନ୍ତୁ। ତାଙ୍କର ଅମର ଆତ୍ମାର ସଦ୍ଗତି କାମନା କରୁଛି।
ସେହିପରି କଣ୍ଠଶିଳ୍ପୀ ଦିପ୍ତୀରେଖା ପାଢ଼ୀ କହିଛନ୍ତି,ଓଡ଼ିଆ ସିନେମା ଜଗତର ଅପୂରଣୀୟ କ୍ଷତି। ତାଙ୍କ ଅଭିନୟ, ତାଙ୍କ କଳା, ତାଙ୍କ ଦୟାଳୁ ସଭା ଏବଂ ତାଙ୍କ ଅସାଧାରଣ ଅବଦାନ ଆମ ସମସ୍ତଙ୍କ ହୃଦୟରେ ଅମର ରହିବ। ତାଙ୍କ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?