ବିଧାନସଭାରେ ଶୋକ:ଭିଡିଓ କନ୍‌ଫରେନ୍ସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ):  ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପୂର୍ବତନ ବାଚସ୍ପତି ଶରତ ଚନ୍ଦ୍ର କରଙ୍କ ସମେତ ଦିବଂଗତ ବିଧାୟକଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ପରମ୍ପରା ଅନୁଯାୟୀ ପୂର୍ବତନ ବାଚସ୍ପତିଙ୍କ ବିୟୋଗରେ ଗୃହ କାର୍ଯ୍ୟ ଗୋଟିଏ ଦିନ ମୁଲତବୀ ରହୁଥିଲା। ହେଲେ ସର୍ବଦଳୀୟ ବୈଠକର ନିଷ୍ପତ୍ତି ଅନୁଯାୟୀ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହର ପ୍ରଥମ ପର୍ଯ୍ୟାୟ ତଥା ପୂର୍ବାହ୍ନ ଅଧିବେଶନକୁ ମୁଲତବୀ ରଖିଥିଲେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସ ଏବଂ ୫ଜଣ ବିଧାୟକ ଲୋକସେବା ଭବନ ସମ୍ମିଳନୀ କକ୍ଷରୁ ଭିଡିଓ କନ୍‌ଫରେନ୍ସରେ ଗୃହ କାର୍ଯ୍ୟରେ ଯୋଗଦେଇଥିଲେ। ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ଦିବଂଗତ ପୂର୍ବତନ ବାଚସ୍ପତି ଶରତ କର, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଗୁରୁପଦ ନନ୍ଦ, ପୂର୍ବତନ ବିଧାୟକ କାର୍ତ୍ତିକେଶ୍ୱର ପାତ୍ର ଏବଂ କୋଭିଡ୍‌ରେ ଜୀବନ ହରାଇଥିବା କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଶୋକ ପ୍ରସ୍ତାବ ଉପରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ସିପିଏମ୍‌ ସଦସ୍ୟ ଲକ୍ଷଣ ମୁଣ୍ଡା ନିଜ ନିଜର ବକ୍ତବ୍ୟ ରଖିବାପରେ ବାଚସ୍ପତି ଦିବଂଗତ ସଦସ୍ୟ ଓ କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?