ମହାପ୍ରଭୁଙ୍କ ମୂଷିକ ଭକ୍ତ: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ମୁଣ୍ଡିଆ ମାରିଲେ

ପୁରୀ,୧୪ା୧୨(ଅଜିତ୍‌ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଦେବତା, ଦାନବ, ଯକ୍ଷ, ମାନବ ଯେପରି ଆତୁର ହୋଇଥାନ୍ତି, ସେହିପରି ପଶୁପକ୍ଷୀ ମଧ୍ୟ ତାଙ୍କ ଆଶିଷ ଲାଭ କରିବା ପାଇଁ ବ୍ୟାକୁଳ ହୋଇ ଉଠିଥାନ୍ତି। କେବଳ ମଣିଷ ନୁହେଁ କ୍ଷୁଦ୍ର ପ୍ରାଣୀ ଓ କୀଟ ମଧ୍ୟ ମହାପ୍ରଭୁଙ୍କ ଭକ୍ତ। ଏହାର ଏକ ନିଆରା ଉଦାହରଣ ଗୁରୁବାର ସକାଳେ ଶ୍ରୀମନ୍ଦିର ପରିସରରେ ଦେଖିବାକୁ ମିଳିଛି। ଦୁଇଟି ମୂଷା ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ମୁଣ୍ଡିଆ ମାରିବା ସହ ‘ଜୟ ଜଗନ୍ନାଥ’ କହିଲେ ଚୁଁ ଚୁଁ କରିବା ଦୃଶ୍ୟ ସମସ୍ତଙ୍କୁ ଯେତିକି ବିସ୍ମିତ କରିଛି, ସେତିକି ଭାବବିହ୍ବଳ ମଧ୍ୟ କରିପକାଇଛି।
ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗର କୋଲକାତାରୁ ଜଣେ ମହିଳା ଭକ୍ତ ପୁରୀ ବୁଲିବାକୁ ଆସିଥିଲେ। ସେ ତାଙ୍କ ସହିତ ଦୁଇଟି ମୂଷା ଆଣିଥିଲେ। ତନ୍ମଧ୍ୟରୁ ଗୋଟିଏ କଳା ଓ ଅନ୍ୟଟି ଧଳା ରଙ୍ଗର ଥିଲା। ସ୍ନେହରେ ଦୁହଁିଙ୍କୁ ‘ଗୋଲୁ ମୋଲୁ’ଡାକୁଥିଲେ। ଉଭୟଙ୍କୁ ସେ ଶୀତବସ୍ତ୍ର ପିନ୍ଧାଇଥିଲେ। ଅନ୍ୟ ମୂଷାଙ୍କ ଠାରୁ ଉକ୍ତ ମୂଷା ଦ୍ୱୟ ଭିନ୍ନ ବୋଲି ସେ କହିଥିଲେ। କାରଣ ସେ ସିଂହଦ୍ୱାର ସମ୍ମୁଖରେ ମହାପ୍ରଭୁଙ୍କୁ ପ୍ରଣିପାତ କଲା ଭଳି ମୂଷା ଦ୍ୱୟ ମୁଣ୍ଡିଆ ମାରିଥିଲେ। ଏପରି କି ସେ ‘ଜୟ ଜଗନ୍ନାଥ’ କହିଲେ ମୂଷା ଦୁଇଟି ଚୁଁ ଚୁଁ ଶବ୍ଦ କରି ତାହାକୁ ପରିପ୍ରକାଶ କରୁଥିଲେ। ଏହା ଦେଖି ସେଠାରେ ଉପସ୍ଥିତ ଭକ୍ତ ଓ ସେବାୟତ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହି ଦୃଶ୍ୟ କୌତୂହଳ ସହ ଭାବମୟ ପରିବେଶ ସୃଷ୍ଟି କରିଥିଲା। ଏହା ମହାପ୍ରଭୁଙ୍କ ମହିମା ବୋଲି ସମସ୍ତେ କହିଥିଲେ। ଏହି ଦୃଶ୍ୟ ଏବେ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି। ସେହିପରି ଉକ୍ତ ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri