Posted inଜାତୀୟ

୧୪ରୁ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨ା୯: ଆସନ୍ତା ୧୪ ତାରିଖରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ଏନେଇ ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ସେପ୍ଟେମ୍ବର ୧୪ ପୂର୍ବାହ୍ନ ୯ଟାରେ ଲୋକ ସଭାରେ ଅଧିବେଶନ ଆରମ୍ଭ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ମଧ୍ୟ ଏକ ପୃଥକ୍‌ ବିବୃତି ଜାରି କରାଯାଇଛି।
ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ମୌସୁମୀ ଅଧିବେଶନ ଚଳାଇବା ପାଇଁ ପୂର୍ବରୁ ସଂସଦୀୟ ବ୍ୟାପାର କ୍ୟାବିନେଟ କମିଟି ସୁପାରିସ କରିଥିଲା। ସୂଚନାନୁସାରେ ଅଧିବେନଶରେ ମୋଟ ୧୮ଟି ଶିଟିଙ୍ଗ୍‌ ହେବ। ଛୁଟି କିମ୍ବର ସପ୍ତାହାନ୍ତ ରହିବ ନାହିଁ। କୋଭିଡ୍‌-୧୯ ମହାମାରୀ ଯୋଗୁ ଏହି ଅଧିବେଶନରେ ଅନେକ କିଛି ପ୍ରଥମଥର ପାଇଁ ହେବାକୁ ଯାଉଛି। ଏଥିଲାଗି ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସମସ୍ତ ଏମ୍‌ପିଙ୍କ କୋଭିଡ୍‌ ଟେଷ୍ଟ କରାଯିବ, ଲୋକ ସଭା ଓ ରାଜ୍ୟ ସଭାରେ ସଦସ୍ୟଙ୍କ ବସିବା ପାଇଁ ଉଭୟ ଚାମ୍ବର ଓ ଗ୍ୟାଲେରିରେ ବ୍ୟବସ୍ଥା କରାଯିବ। ଫିଜିକାଲ ଡିଷ୍ଟାନ୍ସିଂକୁ ଗୁରୁତ୍ୱ ଦିଆଯିବ। ସୂଚନାଯୋଗ୍ୟ, ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବଜେଟ ଅଧିବେଶନକୁ ନିର୍ଦ୍ଧାରିତ ସମୟର ୧୨ ଦିନ ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୨୩ରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri