Posted inଜାତୀୟ

୧୪ରୁ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨ା୯: ଆସନ୍ତା ୧୪ ତାରିଖରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ଏନେଇ ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ସେପ୍ଟେମ୍ବର ୧୪ ପୂର୍ବାହ୍ନ ୯ଟାରେ ଲୋକ ସଭାରେ ଅଧିବେଶନ ଆରମ୍ଭ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ମଧ୍ୟ ଏକ ପୃଥକ୍‌ ବିବୃତି ଜାରି କରାଯାଇଛି।
ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ମୌସୁମୀ ଅଧିବେଶନ ଚଳାଇବା ପାଇଁ ପୂର୍ବରୁ ସଂସଦୀୟ ବ୍ୟାପାର କ୍ୟାବିନେଟ କମିଟି ସୁପାରିସ କରିଥିଲା। ସୂଚନାନୁସାରେ ଅଧିବେନଶରେ ମୋଟ ୧୮ଟି ଶିଟିଙ୍ଗ୍‌ ହେବ। ଛୁଟି କିମ୍ବର ସପ୍ତାହାନ୍ତ ରହିବ ନାହିଁ। କୋଭିଡ୍‌-୧୯ ମହାମାରୀ ଯୋଗୁ ଏହି ଅଧିବେଶନରେ ଅନେକ କିଛି ପ୍ରଥମଥର ପାଇଁ ହେବାକୁ ଯାଉଛି। ଏଥିଲାଗି ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସମସ୍ତ ଏମ୍‌ପିଙ୍କ କୋଭିଡ୍‌ ଟେଷ୍ଟ କରାଯିବ, ଲୋକ ସଭା ଓ ରାଜ୍ୟ ସଭାରେ ସଦସ୍ୟଙ୍କ ବସିବା ପାଇଁ ଉଭୟ ଚାମ୍ବର ଓ ଗ୍ୟାଲେରିରେ ବ୍ୟବସ୍ଥା କରାଯିବ। ଫିଜିକାଲ ଡିଷ୍ଟାନ୍ସିଂକୁ ଗୁରୁତ୍ୱ ଦିଆଯିବ। ସୂଚନାଯୋଗ୍ୟ, ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବଜେଟ ଅଧିବେଶନକୁ ନିର୍ଦ୍ଧାରିତ ସମୟର ୧୨ ଦିନ ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୨୩ରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri