ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ପ୍ରକାଶ କରିଛନ୍ତି।

୧୦ ବର୍ଷ ମଧ୍ୟରେ ମୁଖ କ୍ୟାନ୍ସରରେ ୩ ହଜାର ୧୫୭ଜଣଙ୍କ ଜୀବନ ଯାଇଥିବା ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଅନ୍ୟପକ୍ଷେ ସରକାର ଧୂମହୀନ ତମାଖୁ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ୨୧ ଜାନୁଆରୀରୁ ନିର୍ଦ୍ଦେଶନାମା ପରେ ଚଢ଼ାଉକୁ ଜୋରଦାର କରାଯାଇଥିବା ସେ କହିଛନ୍ତି।

Share