କାମାକ୍ଷାନଗର,୧୩।୭(ସୁଧୀର ପରିଡ଼ା)ପ୍ରାର୍ଥନା ସଭାରେ ଶିକ୍ଷୟିତ୍ରୀଙ୍କ ମୁଥ ମାଡ଼ରେ ଗୁରୁତର ହୋଇଛନ୍ତି ଛାତ୍ର। ଏଭଳି ଅମାନବୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ସଦରସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଅସୁସ୍ଥ ହୋଇପଡ଼ିଥିବା ଷଷ୍ଠ ଶ୍ରେଣୀ ଛାତ୍ର ଗଣପତି ମହାନ୍ତ (୧୨)ଙ୍କୁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସା ପରେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଅଭିଯୋଗ ଅନୁଯାୟୀ, ଗଣପତିଙ୍କ ଘର କଙ୍କଡ଼ାହାଡ଼ ନିକଟବର୍ତ୍ତୀ କେରଜୋଳି ପଞ୍ଚାୟତ ଗୋପପୁର ଗ୍ରାମରେ। ବୁଧବାର ପୂର୍ବାହ୍ନରେ ମା’ ଭାରତୀ ମହାନ୍ତ ତାଙ୍କୁ ନେଇ ବିଦ୍ୟାଳୟରେ ଛାଡ଼ିଦେଇ ଆସିଥିଲେ। ଏହାର କିଛି ସମୟ ପରେ ପୁଅ ଅସୁସ୍ଥ ହୋଇପଡ଼ିଥିବା ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କ ନିକଟରୁ ସୂଚନା ଆସିଥିଲା। ମା’ ଭାରତୀ ଏବଂ ଅଜା ବୈରାଗୀ ମହାନ୍ତ ତୁରନ୍ତ ସ୍କୁଲରେ ପହଞ୍ଚତ୍ଥିଲେ।
ଏହି ସମୟରେ ଗଣପତି ଯନ୍ତ୍ରଣାରେ ଛଟପଟ ହେବା ସହ ଭଲଭାବେ କଥା କହିପାରୁ ନ ଥିଲେ। ତାଙ୍କୁ ପ୍ରଥମେ କଙ୍କଡ଼ାହାଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ନ ଆସିବାରୁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ମେଡିକାଲକୁ ନେବା ସମୟରେ ଶିକ୍ଷାନୁଷ୍ଠାନର କୌଣସି ଶିକ୍ଷୟିତ୍ରୀ ଶିକ୍ଷକ ମାନବିକତା ଦୃଷ୍ଟିରୁ ସାମାନ୍ୟତମ ସହାୟତା କରି ନ ଥିବା ଭାରତୀ ଅଭିଯୋଗ କରିଛନ୍ତି। ସାମାନ୍ୟ ସୁସ୍ଥ ହେବା ପରେ ଛାତ୍ର ଜଣକ ସବୁକଥା କହିଥିଲେ। ନଖ ଯାଞ୍ଚ ବେଳେ କୌଣସି କାରଣରୁ ଉତ୍ତ୍ୟକ୍ତ ହୋଇ ସମ୍ପୃକ୍ତା ଶିକ୍ଷୟିତ୍ରୀ ଛାତ୍ରଙ୍କ ଛାତିକୁ ମାଡ଼ ମାରିଥିବା ଜଣାପଡ଼ିଛି।
ଅନ୍ୟପଟେ ଦଣ୍ଡମୁକ୍ତ ଅଞ୍ଚଳରେ ଶିକ୍ଷୟିତ୍ରୀଙ୍କ ମାଡ଼ରେ ଛାତ୍ର ଗୁରୁତର ହେବା ଘଟଣା ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଏହାକୁ ଗୁରୁତର ସହ ନେଇଛି ଶିକ୍ଷା ବିଭାଗ। ଏ ନେଇ ବିଇଓ ସାଗର ଟୁଡୁ କୁହନ୍ତି, ଶିକ୍ଷାନୁଷ୍ଠାନରେ ଏଭଳି ଘଟଣାକୁ ବରଦାସ୍ତ କରାଯିବ ନାହିଁ। ଅଭିଯୋଗର ତଦନ୍ତ କରାଯିବ। ଏଥିରେ ସତ୍ୟତା ଥିଲେ ଶିକ୍ଷୟିତ୍ରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

