କୋଇଲା ଖଣି ନିଲାମ ୩ ମାସ ଘୁଞ୍ଚାଅ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ଯେ କେବଳ ସ୍ବାସ୍ଥ୍ୟକୁ ପ୍ରଭାବିତ କରି ନାହିଁ, ଆର୍ଥିକ ମେରୁଦଣ୍ଡକୁ ମଧ୍ୟ ଦୋହଲାଇ ଦେଇଛି। ଏହି ମହାମାରୀ କୋଇଲା ବଜାରକୁ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କୋଇଲା ଖଣି ନିଲାମ ପ୍ରକ୍ରିୟାକୁ ସାମୟିକ ଭାବେ ସ୍ଥଗିତ ରଖିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ରାଜ୍ୟ ଇସ୍ପାତ ଓ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିିକ କେନ୍ଦ୍ର ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏ ନେଇ ମଙ୍ଗଳବାର ଚିଠି ଲେଖିଛନ୍ତି। ନିଲାମ ପ୍ରକ୍ରିୟାକୁ ୩ ମାସ ପର୍ଯ୍ୟନ୍ତ ଘୁଞ୍ଚାଇବାକୁ ମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି।
୪୧ କୋଲ୍‌ ବ୍ଲକ୍‌ ନିଲାମ କରିବା ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ୨୦୨୦ ଜୁନ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରକ୍ରିୟାକୁ ସବୁଜ ସଙ୍କେତ ଦେଇଛନ୍ତି। ନିଲାମ ହେବାକୁ ଥିବା କୋଲ୍‌ ବ୍ଲକ ମଧ୍ୟରୁ ଓଡ଼ିଶାର ୯ଟି ରହିଛି। ସେଗୁଡିକ
ହେଲା ଛେଣ୍ଡିପଦା-୧, ଛେଣ୍ଡିପଦା-୨, ମାଛକଟା, ମହାନଦୀ, ରାଧିକାପୁର(ପୂର୍ବ), ରାଧିକାପୁର(ପଶ୍ଚିମ), ବ୍ରାହ୍ମଣବିଲ ଓ ଖରଦାବାହାଲ, କୁରାଲୋଇ(ଏ) ଉତ୍ତର ଏବଂ ଫୁଲଝରି(ପୂର୍ବ ଓ ପଶ୍ଚିମ)। ଏହି କୋଲ୍‌ ବ୍ଲକଗୁଡିକରେ ମୋଟ ୧୦,୭୫୦ ନିୟୁତ ଟନ୍‌ କୋଇଲା ମହଜୁଦ ଅଛି। କେନ୍ଦ୍ରର ସଂଶୋଧିତ ସମୟ ନିର୍ଘଣ୍ଟ ଅନୁଯାୟୀ, ସେପ୍ଟେମ୍ବର ୨୯ ସୁଦ୍ଧା ବିଡ୍‌ ଦାଖଲର ଶେଷ ତାରିଖ ରହିଛି। ସେହିପରି ଅକ୍ଟୋବାର ୧୯ରୁ ନଭେମ୍ବର ୯ ତାରିଖ ମଧ୍ୟରେ ଏହାର ଇ-ନିଲାମ ପ୍ରକ୍ରିୟା ଶେଷ କରିବାକୁ ସମୟ ଧାର୍ଯ୍ୟ ହୋଇଛି। କୋଭିଡ୍‌ ଯୋଗୁ ବର୍ତ୍ତମାନ ଖଣିଜ କାରବାର ବହୁ ମାତ୍ରାରେ ପ୍ରଭାବିତ ହୋଇଛି। ଏହାଛଡା ବିଗତ ବର୍ଷ ତୁଳନାରେ କୋଇଲାର ବଜାର ମୂଲ୍ୟ ଯଥେଷ୍ଟ ହ୍ରାସ ପାଇଥିବା ପରିଲକ୍ଷିତ ହେଉଛି। ଯଦି ଏଭଳି ସ୍ଥିତିରେ କୋଲ୍‌ ବ୍ଲକ ଆବଣ୍ଟନ କରାଯାଏ ତେବେ ସର୍ବାଧିକ ନିଲାମ ଡାକ ଯଥେଷ୍ଟ କମ୍‌ ହେବା
ଆଶଙ୍କା ରହିଛି। ଲିଜ୍‌ ଅବଧି ୩୦ ବର୍ଷ ରହିଥିବାରୁ ରାଜ୍ୟର କୋଇଲା ରାଜସ୍ବ ଉପରେ ଏହାର ଯଥେଷ୍ଟ ପ୍ରତିକୂଳ ପ୍ରଭାବ ପଡ଼ିବା ସମ୍ଭାବନା ରହିଛି। ଏହି ନିଲାମ ପ୍ରକ୍ରିୟାକୁ ଅଧିକ ୩ ମାସ ପର୍ଯ୍ୟନ୍ତ ଘୁଞ୍ଚାଯାଉ। ଏ ଦିଗରେ ସମ୍ପୃକ୍ତ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ତୁରନ୍ତ ନିର୍ଦ୍ଦେଶ ଦିଆଯାଉ। କୋଭିଡ୍‌ ପରିସ୍ଥିତିରେ ଉନ୍ନତି ଆସିବା ସହ ବଜାର ପରିସ୍ଥିତିରେ ସୁଧାର ହେଲେ ନିଲାମ ପ୍ରକ୍ରିୟା ଆରମ୍ଭ କରିବା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଫୁଲ୍ଲ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri