କୋଇଲା ଖଣି ନିଲାମ ୩ ମାସ ଘୁଞ୍ଚାଅ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ଯେ କେବଳ ସ୍ବାସ୍ଥ୍ୟକୁ ପ୍ରଭାବିତ କରି ନାହିଁ, ଆର୍ଥିକ ମେରୁଦଣ୍ଡକୁ ମଧ୍ୟ ଦୋହଲାଇ ଦେଇଛି। ଏହି ମହାମାରୀ କୋଇଲା ବଜାରକୁ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କୋଇଲା ଖଣି ନିଲାମ ପ୍ରକ୍ରିୟାକୁ ସାମୟିକ ଭାବେ ସ୍ଥଗିତ ରଖିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ରାଜ୍ୟ ଇସ୍ପାତ ଓ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିିକ କେନ୍ଦ୍ର ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏ ନେଇ ମଙ୍ଗଳବାର ଚିଠି ଲେଖିଛନ୍ତି। ନିଲାମ ପ୍ରକ୍ରିୟାକୁ ୩ ମାସ ପର୍ଯ୍ୟନ୍ତ ଘୁଞ୍ଚାଇବାକୁ ମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି।
୪୧ କୋଲ୍‌ ବ୍ଲକ୍‌ ନିଲାମ କରିବା ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ୨୦୨୦ ଜୁନ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରକ୍ରିୟାକୁ ସବୁଜ ସଙ୍କେତ ଦେଇଛନ୍ତି। ନିଲାମ ହେବାକୁ ଥିବା କୋଲ୍‌ ବ୍ଲକ ମଧ୍ୟରୁ ଓଡ଼ିଶାର ୯ଟି ରହିଛି। ସେଗୁଡିକ
ହେଲା ଛେଣ୍ଡିପଦା-୧, ଛେଣ୍ଡିପଦା-୨, ମାଛକଟା, ମହାନଦୀ, ରାଧିକାପୁର(ପୂର୍ବ), ରାଧିକାପୁର(ପଶ୍ଚିମ), ବ୍ରାହ୍ମଣବିଲ ଓ ଖରଦାବାହାଲ, କୁରାଲୋଇ(ଏ) ଉତ୍ତର ଏବଂ ଫୁଲଝରି(ପୂର୍ବ ଓ ପଶ୍ଚିମ)। ଏହି କୋଲ୍‌ ବ୍ଲକଗୁଡିକରେ ମୋଟ ୧୦,୭୫୦ ନିୟୁତ ଟନ୍‌ କୋଇଲା ମହଜୁଦ ଅଛି। କେନ୍ଦ୍ରର ସଂଶୋଧିତ ସମୟ ନିର୍ଘଣ୍ଟ ଅନୁଯାୟୀ, ସେପ୍ଟେମ୍ବର ୨୯ ସୁଦ୍ଧା ବିଡ୍‌ ଦାଖଲର ଶେଷ ତାରିଖ ରହିଛି। ସେହିପରି ଅକ୍ଟୋବାର ୧୯ରୁ ନଭେମ୍ବର ୯ ତାରିଖ ମଧ୍ୟରେ ଏହାର ଇ-ନିଲାମ ପ୍ରକ୍ରିୟା ଶେଷ କରିବାକୁ ସମୟ ଧାର୍ଯ୍ୟ ହୋଇଛି। କୋଭିଡ୍‌ ଯୋଗୁ ବର୍ତ୍ତମାନ ଖଣିଜ କାରବାର ବହୁ ମାତ୍ରାରେ ପ୍ରଭାବିତ ହୋଇଛି। ଏହାଛଡା ବିଗତ ବର୍ଷ ତୁଳନାରେ କୋଇଲାର ବଜାର ମୂଲ୍ୟ ଯଥେଷ୍ଟ ହ୍ରାସ ପାଇଥିବା ପରିଲକ୍ଷିତ ହେଉଛି। ଯଦି ଏଭଳି ସ୍ଥିତିରେ କୋଲ୍‌ ବ୍ଲକ ଆବଣ୍ଟନ କରାଯାଏ ତେବେ ସର୍ବାଧିକ ନିଲାମ ଡାକ ଯଥେଷ୍ଟ କମ୍‌ ହେବା
ଆଶଙ୍କା ରହିଛି। ଲିଜ୍‌ ଅବଧି ୩୦ ବର୍ଷ ରହିଥିବାରୁ ରାଜ୍ୟର କୋଇଲା ରାଜସ୍ବ ଉପରେ ଏହାର ଯଥେଷ୍ଟ ପ୍ରତିକୂଳ ପ୍ରଭାବ ପଡ଼ିବା ସମ୍ଭାବନା ରହିଛି। ଏହି ନିଲାମ ପ୍ରକ୍ରିୟାକୁ ଅଧିକ ୩ ମାସ ପର୍ଯ୍ୟନ୍ତ ଘୁଞ୍ଚାଯାଉ। ଏ ଦିଗରେ ସମ୍ପୃକ୍ତ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ତୁରନ୍ତ ନିର୍ଦ୍ଦେଶ ଦିଆଯାଉ। କୋଭିଡ୍‌ ପରିସ୍ଥିତିରେ ଉନ୍ନତି ଆସିବା ସହ ବଜାର ପରିସ୍ଥିତିରେ ସୁଧାର ହେଲେ ନିଲାମ ପ୍ରକ୍ରିୟା ଆରମ୍ଭ କରିବା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଫୁଲ୍ଲ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?