ଘୁଞ୍ଚିଲା ଏକକ ପିଜି ପ୍ରବେଶିକା ଆବେଦନ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ପାଇଁ ଆବେଦନ ସମୟସୀମା ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଚଳିତ ମାସ ୧୨ ତାରିଖ ଆବେଦନର ଶେଷ ତାରିଖ ଥିବାବେଳେ ଏହାକୁ ଆଉ ୫ଦିନ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ www.samsodisha.gov.inରେ ଆବେଦନ କରିପାରିବେ। ଏ ନେଇ ମଙ୍ଗଳବାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ୧୮ ଓ ୧୯ ତାରିଖରେ କମନ ଆପ୍ଲିକେଶନ ଫର୍ମରେ ଆବଶ୍ୟକ ସଂଶୋଧନ କରିହେବ। କିନ୍ତୁ ଏହି ସମୟ ମଧ୍ୟରେ ନୂଆ ଆବେଦନ କରି ହେବ ନାହିଁ। ୨୫ ତାରିଖ ଅପରାହ୍ନ ୨ଟା ପରଠାରୁ ଛାତ୍ରୀଛାତ୍ରମାନେ ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ। ଅଗଷ୍ଟ ୧ ତାରିଖରୁ ୧୩ ତାରିଖ ମଧ୍ୟରେ ସବୁ ବିଷୟର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏହା ମଧ୍ୟରେ ୭, ୯ ଓ ୧୧ ତାରିଖରେ ପ୍ରବେଶିକା ପରୀକ୍ଷା ହେବ ନାହିଁ। ପ୍ରତ୍ୟେକ ଦିନ ପରୀକ୍ଷା ତିନୋଟି ସିଟିଂରେ ହେବ। ପ୍ରଥମ ସିଟିଂ ୧୦ଟାରୁ ସାଢ଼େ ୧୧ଟା, ଦ୍ୱିତୀୟ ସିଟିଂ ସାଢ଼େ ୧୨ଟାରୁ ଅପରାହ୍ନ ୨ଟା ଏବଂ ତୃତୀୟ ସିଟିଂ ଅପରାହ୍ନ ୩ଟାରୁ ସାଢ଼େ ୪ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତି ସିଟିଂରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ପାଇଁ ଅତିରିକ୍ତ ୩୦ ମିନିଟ୍‌ ସମୟ ଦିଆଯିବ। ଅଗଷ୍ଟ ୨୫ରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଯୋଗ୍ୟ ପ୍ରାର୍ଥୀମାନେ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଚଏସ୍‌ ଫିଲିଂ କରିବେ। ସେପ୍ଟେମ୍ବର ୫ ତାରିଖରେ ସିଟ୍‌ ଆଲଟ୍‌ମେଣ୍ଟ କରାଯିବ ଏବଂ ୬ ଓ ୭ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ସେହିଭଳି ସେପ୍ଟେମ୍ବର ୧୩ ଅପରାହ୍ନ ୧୨ଟାରେ ଦ୍ୱିତୀୟ ପର୍ଯ୍ୟାୟ ସିଟ୍‌ ଆଲଟ୍‌ମେଣ୍ଟ କରାଯିବ ଏବଂ ୧୪ ଓ ୧୫ରେ ନାମଲେଖା ହେବ। ଖାଲି ସିଟ୍‌ ନେଇ ୨୦ ତାରିଖରେ ସାମ୍ସ ୱେବସାଇଟ୍‌ରେ ସୂଚନା ପ୍ରକାଶ ପାଇବ। ୨୩ ତାରିଖରେ ସ୍ପଟ୍‌ ନାମଲେଖା ପାଇଁ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଛାତ୍ରୀଛାତ୍ରାମାନେ www.samsodisha.gov.inରେ ଲଗ୍‌ ଇନ୍‌ କରି ଅଧିକ ସୂଚନା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri