ଆତଙ୍କ ପ୍ରତିବାଦରେ ଆନ୍ଦୋଳନ

ଅନୁଗୋଳ, ୨୬।୬ (ଅମିତ ସାମଲ): ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ହାତୀ ଉପଦ୍ରବ ଥମୁନାହିଁ। ଚଳିତବର୍ଷ ଆରମ୍ଭରୁ ଅଦ୍ୟାବଧି ୧୭ରୁ ଅଧିକ ଲୋକଙ୍କ ଜୀବନ ନେଇସାରିଲେଣି ହାତୀପଲ। ସେହିପରି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡର ଏକ ଦନ୍ତା ହାତୀ ଘରଦ୍ୱାର ଭାଙ୍ଗି ମାଟିରେ ମିଶାଇ ଦେଉଛି। ୨ ଦିନ ହେବ ବନ୍ତଳା ବନାଞ୍ଚଳର ବଲଙ୍ଗ ପଞ୍ଚାୟତ ହିଡ଼ିସିଙ୍ଗ ଗ୍ରାମରେ ପଶି ଏହି ଦନ୍ତା ହାତୀ ଆତଙ୍କ ଖେଳାଇ ଦେଇଛି। ଗଁାର ୧୦ରୁ ଅଧିକ ଘର ଭାଙ୍ଗି ଦେଇଥିବା ସୂଚନା ମିଳିଛି। ଏହାକୁ ନେଇ ଭୟଭୀତ ଗ୍ରାମବାସୀ ମଙ୍ଗଳବାର ଆନ୍ଦୋଳନକୁ ଓହ୍ଲାଇଥିଲେ। ତୁରନ୍ତ ଉକ୍ତ ଦନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ କରିବାକୁ ଗ୍ରାମବାସୀ ଜିଦ୍‌ ଧରି କରତପଟା-ଟିକରପଡ଼ା ରାସ୍ତାକୁ ଦୀର୍ଘ ସମୟ ଧରି ଅବରୋଧ କରି ରଖିଥିଲେ। ଖବରପାଇ ବନ କର୍ମଚାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।
ବନାଞ୍ଚଳବାସୀଙ୍କ କହିବା ଅନୁଯାୟୀ, ଅନୁଗୋଳ ବନଖଣ୍ଡର ହାତୀ ପଲ ଗଁା ନିକଟରେ ରହି ଆତଙ୍କ ଖେଳାଉଥିବା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଜଙ୍ଗଲ ନିକଟ ବାଡ଼ି ବଗିଚାକୁ ଯିବାକୁ ଭୟ କରୁଛନ୍ତି। ସେଥିପାଇଁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ବେଳେ ଅନେକ ଜମିରେ ଫସଲ ଉଜୁଡ଼ିଗଲାଣି। କିଛିଦିନ ତଳେ ସାନକନ୍ତକୁଳ ଗ୍ରାମର ଶ୍ରୀନିବାସ ସାହୁ ବାଉଁଶ କାଟିବାକୁ ବୁଦାକୁ ଯାଇଥିବାବେଳେ ତାଙ୍କୁ ହାତୀ ଦଳି ଦେଇଥିଲା। ଏହାକୁ ନେଇ ଲୋକେ ବନ କର୍ମଚାରୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ। ଏହି ବିବାଦ ନ ଥମୁଣୁ ବନାଞ୍ଚଳର ତଳସରା ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ସାତକୋଶିଆ ବନଖଣ୍ଡର ଏକ ଦନ୍ତା ହାତୀ ଆକ୍ରମଣରେ ବିମଳା ଦେହୁରୀ(୪୮) ଓ ତାଙ୍କ ବୋହୂ ଜୟନ୍ତୀ ଦେହୁରୀ(୨୫) ଆହତ ହୋଇଥିଲେ। ବିମଳା ଓ ବୋହୂ ଜୟନ୍ତୀ ଘରେ ଶୋଇଥିବା ବେଳେ ହାତୀ ତାଙ୍କ କବାଟକୁ ଭାଙ୍ଗି ଦେଇଥିଲା। ଏହା ପରେ ସେଠାରୁ ପଳାଇଥିବା ଦନ୍ତା ହାତୀ ଜୁକୁବ୍‌ ବିଟ୍‌ ହାଉସ୍‌ ଓ ନିକଟରେ ଥିବା ମୋଟର ସାଇକେଲକୁ ଭଙ୍ଗାରୁଜା କରିଥିଲା। ଏ ନେଇ ବନ କର୍ମଚାରୀଙ୍କୁ ଅଭିଯୋଗ କରାଗଲେ ମଧ୍ୟ ସୁଫଳ ମିଳୁନାହିଁ। ଫଳରେ ଉକ୍ତ ଦନ୍ତା ହାତୀ ହିଡିସିଙ୍ଗ ଗାଁର କଳ୍ପ ଦେହୁରୀ, ଅଇଁଠୁ ଦେହୁରୀ, କୁମାରୀ ପ୍ରଧାନ, ସାତୃକ ପ୍ରଧାନ, ଶୁକଦେବ ପ୍ରଧାନ, ବୀରବର ପ୍ରଧାନ, ସୁମନ୍ତ ପ୍ରଧାନ, ପ୍ରମିଳା ପ୍ରଧାନ, ଗୋଲାପ ପ୍ରଧାନ, ବସନ୍ତ ପ୍ରଧାନଙ୍କ ଘର ଭାଙ୍ଗି ଦେଇଛି। ତୁରନ୍ତ ଉକ୍ତ ହାତୀକୁ ଟ୍ରାଙ୍କୁଲାଇଜ କରି ସ୍ଥାନାନ୍ତର କରିବା ଦାବିରେ ସ୍ଥାନୀୟ ଲୋକମାନେ କରତପଟା-ଟିକରପଡ଼ା ରାସ୍ତା ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ିମୋଟର ଅଟକି ରହିଥିଲା। ଖବରପାଇ ଏସିଏଫ୍‌ କୃଷ୍ଣଚନ୍ଦ୍ର ସାହୁ, ଫରେଷ୍ଟର ରଞ୍ଜିତ କୁମାର ସାହୁ, ବନକର୍ମଚାରୀ ଓ ପୋଲିସ ପହଞ୍ଚତ୍ ବୁଝାଶୁଝା କରିଥିଲେ। ଘର ଭାଙ୍ଗିଥିବା ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏ ନେଇ ଆର୍‌ଆଇଙ୍କୁ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ କୁହାଯାଇଛି। ହାତୀକୁ ଟ୍ରାଙ୍କୁଲାଇଜ୍‌ କରାଯିବା ନେଇ ଉପରିସ୍ଥ ଅଧିକାରୀଙ୍କ ସହ ଆଲୋଚନା କରାଯିବ ବୋଲି ବନ ଅଧିକାରୀମାନେ କହିବା ପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri