କେନ୍ଦ୍ରୀୟ ଯୋଜନା ହଡ଼ପ ବିରୋଧରେ ଆନ୍ଦୋଳନ

କେନ୍ଦୁଝର/ଚମ୍ପୁଆ,୧୪ା୨(ସ୍ବ.ପ୍ର.): କେନ୍ଦୁଝର ଲୋକସଭା କ୍ଷେତ୍ରର ବିଭିନ୍ନ ସାଂଗଠନିକ ଚର୍ଚ୍ଚାକୁ ନେଇ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ଶନିବାର କେନ୍ଦୁଝର ଗସ୍ତ କରିଥିଲେ। ଜିଲା ଭାଜପା କାର୍ଯ୍ୟାଳୟରେ ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ସଂଯୋଜନାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପରେ ସଦର, ପାଟଣା, ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ଗସ୍ତ କରି ସାଂଗଠନିକ ଆଲୋଚନା କରିଥିଲେ। କେନ୍ଦ୍ରର ଯୋଜନା ହଡ଼ପ କରୁଥିବା ରାଜ୍ୟ ସରକାରଙ୍କ ବିରୋଧରେ ଜିଲା ଓ ମଣ୍ଡଳ ସ୍ତରରେ ଦୃଢ଼ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ଏଥିସହ କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜର ପ୍ରତିଷ୍ଠା ପାଇଁ ସମସ୍ତ ଅର୍ଥ କେନ୍ଦ୍ର ସରକାରଙ୍କ ଦ୍ୱାରା ସୃଷ୍ଠି ହୋଇଥିବା ଜିଲା ଖଣିଜ ପାଣ୍ଠିର ଶତ ପ୍ରତିଶତ ଅର୍ଥ ବିନିଯୋଗ ହୋଇଛି। ମାତ୍ର ରାଜ୍ୟ ସରକାର ଏଥିରେ ନିଜର ବାଃବାଃ ନେଉଛନ୍ତି। କେନ୍ଦୁଝର ଲୋକଙ୍କ ପଇସାରେ ମେଡିକାଲ କଲେଜ ତିଆରି ହୋଇଥିବାରୁ ଏଥିରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ଉଚିତ୍‌ ବୋଲି ରାଜ୍ୟ ସଭାପତି ମହାନ୍ତି କହିଥିଲେ। ସେହିପରି ଚମ୍ପୁଆ ନିର୍ବାଚନ ମଣ୍ଡଳୀର ରିମୁଳିଠାରେ ଏକ ଫୁଟବଲ ଖେଳରେ ଯୋଗ ଦେବାପରେ ମଣ୍ଡଳ ସଭାପତି ରାଜେଶ ଆଚାର୍ଯ୍ୟଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ପଞ୍ଚମ କାର୍ଯ୍ୟକାରିଣୀ ବୈଠକ ଓ ସମର୍ପଣ ଦିବସରେ ଯୋଗଦେଇଥିଲେ। ବୁଥ୍‌ ଗଠନ ଓ ତୃଣମୂଳସ୍ତରରେ ସଂଗଠନକୁ ଅଧିକ ମଜବୁତ କରିବାପାଇଁ ପରାମର୍ଶ ଦେଇଥିଲେ। ପରେ ତେଲକୋଇ ନିର୍ବାଚନ ମଣ୍ଡଳୀର ଜଂଘିରା ମଣ୍ଡଳରେ ଏକ ବୁଥ କମିଟି ବୈଠକରେ ଯୋଗ ଦେଇଥିଲେ। ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, ରାଜ୍ୟ ଭାଜପା ଉପ ସଭାପତି ଶୁକେଶୀ ଓରାମ, ଲୋକସଭା ପ୍ରଭାରୀ ସଞ୍ଜୀବ ମହାନ୍ତି, ଲୋକସଭା ସଂଯୋଜକ ଶୁକଦେବ ମହାନ୍ତ, ଲୋକସଭା ବିସ୍ତାରକ ଲାଲା ଜୀ ଡୋରା ଏବଂ ଅନ୍ୟ ଜିଲା ଏବଂ ରାଜ୍ୟସ୍ତରୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri