ଜନସମସ୍ୟା ନେଇ ଆନ୍ଦୋଳନ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୧ା୧: ଗଞ୍ଜାମ ଜିଲା ସିପିଆଇର ବୈଠକ ଶୁକ୍ରବାର ବ୍ରହ୍ମପୁରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତିର କଡ଼ା ସମାଲୋଚନା କରାଯାଇଥିଲା। ଜିଲାର ମୌଳିକ ସମସ୍ୟା ସମାଧାନରେ ସରକାରଙ୍କ ବିଫଳତାକୁ ନିନ୍ଦା କରାଯିବା ସହ ଏହା ପ୍ରତିବାଦରେ ଜିଲାରେ ଜନ ଆନ୍ଦୋଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ବୈଠକରେ ବରିଷ୍ଠ ନେତା ପ୍ରବୀଣ ଦାସ ଅଧ୍ୟକ୍ଷତା କରିଥିଲେ ଏବଂ ପାର୍ଟିର ପୂର୍ବତନ ରାଜ୍ୟ ସମ୍ପାଦକ ତଥା ଜାତୀୟ ପରିଷଦ ସଦସ୍ୟ ଆଶିଷ କାନୁନଗୋ ଯୋଗ ଦେଇଥିଲେ। ଆନ୍ଧ୍ରପ୍ରଦେଶର ବିଜୟୱାଡ଼ା ଠାରେ ଅନୁଷ୍ଠିତ ୨୪ତମ ପାର୍ଟି କଂଗ୍ରେସର ସାଙ୍ଗଠନିକ ରାଜନୈତିକ ପ୍ରସ୍ତାବଗୁଡ଼ିକ ସମ୍ପର୍କରେ କାନୁନଗୋ ସମବେତ କର୍ମକର୍ତ୍ତା ଓ କର୍ମୀଙ୍କୁ ସଚେତନ କରାଇଥିଲେ। ଜିଲାରେ ତୃଣମୂଳ ସ୍ତରରୁ ସଂଗଠନକୁ ମଜଭୁତ କରିବାକୁ ଆହ୍ବାନ ଦେବା ସହ ଆସନ୍ତା ମାର୍ଚ୍ଚ୨୩ରେ ଭୁବନେଶ୍ୱରରେ ହେବାକୁ ଥିବା ମହା ସମାବେଶକୁ ସଫଳ କରାଇବାକୁ ସେ ଗୁରୁତ୍ୱ ଦେଇଥିଲେ।
ଜିଲା ସମ୍ପାଦକ ପ୍ରକାଶ ପାତ୍ର ପ୍ରାରମ୍ଭିକ ସୂଚନା ଦେବା ସହ ବିବରଣୀ ଉପସ୍ଥାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଯୁବ ସଂଘ ରାଜ୍ୟ ସଭାପତି ପ୍ରଦୀପ ସେଠୀଙ୍କ ସମେତ ଶ୍ରୀହର୍ଷ ରଥ, ନୀଳକଣ୍ଠ ଦାସ, ରଙ୍କନାଥ ସ୍ବାଇଁ, ଅଳକ ନାଥ ମିଶ୍ର, ଦଣ୍ଡପାଣି ସାମଲ, ଜନାର୍ଦ୍ଦନ ରେଡ଼ି, କୈଳାସ ପାତ୍ର, କାମଦେବ ନାହାକ, ଗୋପାଳ ଭୂୟାଁ, ଅନନ୍ତରାମ ମହାଙ୍କୁଡ଼, ସୀମାଞ୍ଚଳ ସାହୁ ପ୍ରମୁଖ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରିଥିଲେ। ଭଗତ ସିଂଙ୍କ ଶହୀଦ ଦିବସ ପାଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?