ନ୍ୟାୟ, ସୁରକ୍ଷା ଦାବିରେ ଅନଶନ

କେନ୍ଦୁଝର ୮।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ନ୍ୟାୟ ଓ ସୁରକ୍ଷା ଦାବିରେ ସନ୍ତୋଷ କୁମାର ମହାପାତ୍ର ନାମକ ଜଣେ ବ୍ୟକ୍ତି ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅମରଣ ଅନଶନରେ ବସିଛନ୍ତି। ଏନେଇ ସେ ଗତ ୨ ତାରିଖରେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇ ନ୍ୟାୟ ଦାବି କରିଥିଲେ। ଦାବି ପୂରଣ ନ ହେଲେ ଆମରଣ ଅନଶନରେ ବସିବେ ବୋଲି ଜଣାଇବା ସହ ଦାବିପତ୍ରର ଏକ ନକଳ ରାଜ୍ୟପାଳ, ଏସ୍‌ପିଙ୍କ ସମେତ ପ୍ରଶାସନିକ ଅଧିକାରୀଙ୍କୁ ପ୍ରଦାନ କରିଥିଲେ।

ଏହା ପୂର୍ବରୁ ସେ ବଡ଼ବିଲସ୍ଥିତ ଶ୍ରମ ବିଭାଗ କାର୍ଯ୍ୟାଳୟରେ ଅନଶନରେ ବସିଥିଲେ। ଏପରିକି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ଲିଖିତ ଭାବେ ଜଣାଇଥିଲେ। ହେଲେ ଦୁଇ ବର୍ଷ ବିତିଯାଇଥିଲେ ହେଁ ନ୍ୟାୟ ନ ମିଳିବାରୁ ଶୁକ୍ରବାର ପୁଣି ଅନଶନରେ ବସିଥିବା ସନ୍ତୋଷ ପ୍ରକାଶ କରିଛନ୍ତି।

ଯୁବକ ଜଣକ ବଡବିଲ ସ୍ଥିତ କେଏନ୍‌ ରାମ ଆଣ୍ଡ କମ୍ପନୀ ଏବଂ ଓରସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡରେ କାମ କରୁଥିବା ବେଳେ ତାଙ୍କୁ ବେଆଇନ ଭାବେ ଚାକିରିରୁ ବହିଷ୍କାର କରାଯାଇଥିବା ସନ୍ତୋଷ ଅଭିଯୋଗ କରିଛନ୍ତି।

ଏନେଇ ସେ ବିଭିନ୍ନ ବିଭାଗର ଅଧିକାରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ ହେଁ ତାଙ୍କୁ ଉପଯୁକ୍ତ କ୍ଷତିପୂରଣ ମିଳି ନାହିଁ। ସେ ପାଖାପାଖି ୧.୯୮ କୋଟି ଟଙ୍କା କ୍ଷତିପୂରଣ ବାବଦକୁ ପାଇବାକୁ ଥିବା ବେଳେ ତାଙ୍କୁ ଗତ ୨୦୨୩ ଅଗଷ୍ଟରେ ମାତ୍ର ୬୮ ହଜାର ଟଙ୍କା ପୈଠ କରାଯାଇଛି ବୋଲି ସେ କହିଛନ୍ତି ା ଏଣୁ ବକେୟା ଟଙ୍କା ଦେବାକୁ ସେ ଦାବି କରିଛନ୍ତି।

ଏନେଇ କେନ୍ଦ୍ର ଶ୍ରମ ବିଭାଗ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବା ସେ କହିଛନ୍ତି ା ଏପରିକି ସନ୍ତୋଷଙ୍କ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ଯୋଗାଇ ଦେବାକୁ ଦାବି କରିଛନ୍ତି। ଅନ୍ୟପକ୍ଷେ ଶିବରାତ୍ରି ପାଇଁ ଶୁକ୍ରବାର ଛୁଟି ଥିବାରୁ ପ୍ରଶାସନ ପକ୍ଷରୁ କେହି ଆଲୋଚନା କରିବାକୁ ଆସି ନ ଥିବା ବେଳେ ଟାଉନ ଥାନା ଅଧିକାରୀ ରମାକାନ୍ତ ସଏ ପହଞ୍ଚି ସନ୍ତୋଷଙ୍କ ସହିତ ଆଲୋଚନା କରିଥିଲେ ା ତେବେ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି ରଖିବେ ବୋଲି ସନ୍ତୋଷ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri