ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ,୧୦।୫ ଅନୁଗୋଳ ଜିଲାରେ ବିଦ୍ୟୁତ୍‌ କାଟ ଓ ପାନୀୟ ଜଳ ସମସ୍ୟା ସହ ଡିଏମ୍‌ଏଫ୍‌ରେ ହୋଇଥିବା ବ୍ୟାପକ ଦୁର୍ନୀତି ବିରୋଧରେ ଭାଜପା ଆନ୍ଦୋଳନକୁ ଓହ୍ଲାଇବ। ଏ ସମ୍ପର୍କରେ ସୋମବାର ଜିଲା ଭାଜପା କାର୍ଯ୍ୟାଳୟଠାରେ ଜିଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କୁହାଯାଇଛି, ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଦିନକୁ ୬ ଘଣ୍ଟାରୁ ଊର୍ଦ୍ଧ ସମୟ ବିଜୁଳି କାଟ ହେଉଛି। ଲୋ ଭୋଲ୍ଟେଜ଼ ସମସ୍ୟାର ସମାଧାନ କରାଯାଉ ନାହିଁ। ପିଇବା ପାଣି ପାଇଁ ଅନେକ ଅଞ୍ଚଳରେ ଲୋକମାନେ ଡହଳବିକଳ ହେଉଛନ୍ତି। କିନ୍ତୁ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଏଥିପ୍ରତି ସାମାନ୍ୟତମ ଦୃଷ୍ଟି ନାହିଁ। ସେହିପରି ଡିଏମ୍‌ଏଫ୍‌ରେ ଥିବା ହଜାର ହଜାର କୋଟି ଟଙ୍କାକୁ ବିନା ଟେଣ୍ଡରରେ ଜିଲା ପ୍ରଶାସନ ମନଇଚ୍ଛା ଖର୍ଚ୍ଚ କରି ଶାସକ ଦଳ ପାଇଁ ପାଣ୍ଠି ଯୋଗାଡ଼ କରୁଛି। ଜିଲାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ବ୍ୟାପକ ଦୁର୍ନୀତି ହୋଇଥିବା ଆଦି ପ୍ରସଙ୍ଗ ଉପରେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ପ୍ରଶାସନ ଓ ରାଜ୍ୟ ସରକାର ଏ ସମସ୍ତ ବିଷୟ ପ୍ରତି ତୁରନ୍ତ ଦୃଷ୍ଟି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆଗାମୀ ଦିନରେ ଭାଜପା ରାସ୍ତାକୁ ଓହ୍ଲାଇବ ବୋଲି ସଭାପତି ପ୍ରଧାନ ଚେତାବନୀ ଦେଇଛନ୍ତି। ଏହି ବୈଠକରେ ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ରାଜ୍ୟ ସମ୍ପାଦକ ତଥା ଜିଲା ପ୍ରଭାରୀ ସୀମାଞ୍ଚଳ ଖଟେଇ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା, ଭାଗୀରଥି ପ୍ରଧାନ ଓ ପ୍ରତିମା ମିଶ୍ର, ଜିଲା ଉପ ସଭାପତି ନୃସିଂହ ବରାଳ, ଅମୀୟ ତ୍ରିପାଠୀ ଓ ସୁଜାତା ଦାସ,ସାଧାରଣ ସମ୍ପାଦକ ପ୍ରକାଶ ମହାରଣା ଓ ସୁଦୀପ ଗଡ଼ନାୟକ, ବରିଷ୍ଠ ନେତା ଯଯାତି ପଟ୍ଟନାୟକ ଓ ଦିଲୀପ ପ୍ରଧାନ, ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ବସନ୍ତ ମଞ୍ଜରୀ ପ୍ରଧାନ, ଜିଲା କୃଷକ ମୋର୍ଚ୍ଚା ସଭାପତି ବିଜୟ ମାଝି, ଜିଲା ସମ୍ପାଦକ ଚିତ୍ତରଞ୍ଜନ ମେହେର ଓ ପ୍ରଭାତ ପ୍ରଧାନ, ଜିଲା କୋଷାଧ୍ୟକ୍ଷ ବିଶ୍ୱଜିତ ମିଶ୍ର, ମିଡିଆସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri