୧୬ରେ ଆଇଆର୍‌ଇଏଲ୍‌ ପ୍ଲାଣ୍ଟ ଆଗରେ ଧାରଣା: ଛଟେଇ ଧମକକୁ ଶ୍ରମିକଙ୍କ ବିରୋଧ

ଛତ୍ରପୁର,୧୧ା୮(ସନ୍ତୋଷ ପାଢ଼ୀ ): ଛତ୍ରପୁର ଉପକଣ୍ଠସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍‌ଇଏଲ) ପ୍ଲାଣ୍ଟରେ ଥିବା ସମସ୍ତ ବିଭାଗରେ ଥିବା କଣ୍ଟା୍ରକ୍ଟର ଓ ଅଧିକାରୀମାନେ କାମ ଦେବା ବଦଳରେ ଛଟେଇ କରିବାକୁ ଧମକ ଦେଉଥିବା ଶ୍ରମିକମାନଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର ପ୍ରତିବାଦ ସହ ସମସ୍ୟାର ସମାଧାନ ଦାବିରେ ଆସନ୍ତା ୧୬ ତାରିଖରେ ପ୍ଲାଣ୍ଟ ଫାଟକ ସମ୍ମୁଖରେ ଶ୍ରମିକମାନେ ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବାକୁ ନିଷ୍ପତି ନେଇଛନ୍ତି। ଏ ସମ୍ପର୍କରେ ଗଞ୍ଜାମ ଜ଼ିଲାପାଳଙ୍କୁ ଶୁକ୍ରବାର ଅବଗତ କରାଯାଇଛି।
ସୂଚନାଯୋଗ୍ୟ, ଗତ ୭ ତାରିଖରେ ଆଇଆରଇଏଲ ପ୍ଲାଣ୍ଟରେ ଥିବା ସମସ୍ତ କଣ୍ଟା୍ରକ୍ଟର ଓ ଅଧିକାରୀଙ୍କୁ ଭେଟି କାର୍ଯ୍ୟରୁ ଛଟେଇ ନ କରି କାମ ଯୋଗାଇବା ପାଇଁ ଶ୍ରମିକମାନେ ଦରଖାସ୍ତ ଦେଇଥିଲେ। ୫ ମଧ୍ୟରେ ସମସ୍ୟାର ସମାଧାନ କରିବାକୁ ଜଣାଇଥିଲେ। ତେବେ ୫ ଦିନ ପରେ ବି କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରିନାହାନ୍ତି। ଯଦ୍ୱାରା ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଅନ୍ୟ କୌଣସି ଆୟ ପନ୍ଥା ନ ଥିବାରୁ ପରିବାର ଚଳାଇ ହେଉନି। କର୍ତ୍ତୃପକ୍ଷ କାମ ଯୋଗାଇବା ବଦଳରେ ହଇରାଣ କରୁଛନ୍ତି ଓ ଚାକିରିରୁ ଛଟେଇ କରିଦେବେ ବୋଲି ନୋଟିସ ଦେଉଛନ୍ତି । ତେଣୁ ପ୍ରତ୍ୟେକ ମୁହୂର୍ତ୍ତରେ ଆଶଙ୍କାରେ ରହୁଛୁ ବୋଲି ଶ୍ରମିକମାନେ କହିଛନ୍ତି । ତେଣୁ ଆସନ୍ତା ୧୬ରୁ ଦାବି ହାସଲ ନ ହେବା ପର୍ଯ୍ୟନ୍ତ ଆଇଆରଇଏଲ ପ୍ଲାଣ୍ଟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଭାବେ ବସିବୁ। କାହାର କୌଣସି କ୍ଷତି ହେଲେ ଆଇଆରଇଏଲ କର୍ତ୍ତୃପକ୍ଷ ଓ କଣ୍ଟା୍ରକ୍ଟର ଦାୟୀ ରହିବେ ବୋଲି ଶ୍ରମିକମାନେ ଲିଖିତ ଭାବେ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri