୧୬ରେ ଆଇଆର୍‌ଇଏଲ୍‌ ପ୍ଲାଣ୍ଟ ଆଗରେ ଧାରଣା: ଛଟେଇ ଧମକକୁ ଶ୍ରମିକଙ୍କ ବିରୋଧ

ଛତ୍ରପୁର,୧୧ା୮(ସନ୍ତୋଷ ପାଢ଼ୀ ): ଛତ୍ରପୁର ଉପକଣ୍ଠସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍‌ଇଏଲ) ପ୍ଲାଣ୍ଟରେ ଥିବା ସମସ୍ତ ବିଭାଗରେ ଥିବା କଣ୍ଟା୍ରକ୍ଟର ଓ ଅଧିକାରୀମାନେ କାମ ଦେବା ବଦଳରେ ଛଟେଇ କରିବାକୁ ଧମକ ଦେଉଥିବା ଶ୍ରମିକମାନଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର ପ୍ରତିବାଦ ସହ ସମସ୍ୟାର ସମାଧାନ ଦାବିରେ ଆସନ୍ତା ୧୬ ତାରିଖରେ ପ୍ଲାଣ୍ଟ ଫାଟକ ସମ୍ମୁଖରେ ଶ୍ରମିକମାନେ ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବାକୁ ନିଷ୍ପତି ନେଇଛନ୍ତି। ଏ ସମ୍ପର୍କରେ ଗଞ୍ଜାମ ଜ଼ିଲାପାଳଙ୍କୁ ଶୁକ୍ରବାର ଅବଗତ କରାଯାଇଛି।
ସୂଚନାଯୋଗ୍ୟ, ଗତ ୭ ତାରିଖରେ ଆଇଆରଇଏଲ ପ୍ଲାଣ୍ଟରେ ଥିବା ସମସ୍ତ କଣ୍ଟା୍ରକ୍ଟର ଓ ଅଧିକାରୀଙ୍କୁ ଭେଟି କାର୍ଯ୍ୟରୁ ଛଟେଇ ନ କରି କାମ ଯୋଗାଇବା ପାଇଁ ଶ୍ରମିକମାନେ ଦରଖାସ୍ତ ଦେଇଥିଲେ। ୫ ମଧ୍ୟରେ ସମସ୍ୟାର ସମାଧାନ କରିବାକୁ ଜଣାଇଥିଲେ। ତେବେ ୫ ଦିନ ପରେ ବି କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରିନାହାନ୍ତି। ଯଦ୍ୱାରା ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଅନ୍ୟ କୌଣସି ଆୟ ପନ୍ଥା ନ ଥିବାରୁ ପରିବାର ଚଳାଇ ହେଉନି। କର୍ତ୍ତୃପକ୍ଷ କାମ ଯୋଗାଇବା ବଦଳରେ ହଇରାଣ କରୁଛନ୍ତି ଓ ଚାକିରିରୁ ଛଟେଇ କରିଦେବେ ବୋଲି ନୋଟିସ ଦେଉଛନ୍ତି । ତେଣୁ ପ୍ରତ୍ୟେକ ମୁହୂର୍ତ୍ତରେ ଆଶଙ୍କାରେ ରହୁଛୁ ବୋଲି ଶ୍ରମିକମାନେ କହିଛନ୍ତି । ତେଣୁ ଆସନ୍ତା ୧୬ରୁ ଦାବି ହାସଲ ନ ହେବା ପର୍ଯ୍ୟନ୍ତ ଆଇଆରଇଏଲ ପ୍ଲାଣ୍ଟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଭାବେ ବସିବୁ। କାହାର କୌଣସି କ୍ଷତି ହେଲେ ଆଇଆରଇଏଲ କର୍ତ୍ତୃପକ୍ଷ ଓ କଣ୍ଟା୍ରକ୍ଟର ଦାୟୀ ରହିବେ ବୋଲି ଶ୍ରମିକମାନେ ଲିଖିତ ଭାବେ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri