ସମିତି କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ

ରୂପ୍‌ସା,୧୨ ।୩(ଡି.ଏନ.ଏ.)

ବାଲେଶ୍ୱର ସଦର ବ୍ଲକ ଅଧୀନ କସିପଦା ସେବା ସମବାୟ ସମିତିରେ ଚାଷୀ ଉତ୍ତେଜନା ଦେଖାଦେଇଛି। ଶତାଧିକ ଚାଷୀ ଏଯାବତ୍‌ ସମିତିରେ ଖରିଫ ଧାନ ବିକ୍ରି କରିପାରୁ ନାହାନ୍ତି। ଏନେଇ ଗୁରୁବାରଠାରୁ କଂଗ୍ରେସ ପକ୍ଷରୁ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରାଯାଉଛି। ଲାପ୍ସ ହୋଇଥିବା ଟୋକନକୁ କାର୍ଯ୍ୟକ୍ଷମ କରାଯିବା, ଅବଶିଷ୍ଟ ଚାଷୀଙ୍କ ପାଇଁ ଟାର୍ଗେଟ ନ ଆସିଲେ ରାସ୍ତାରୋକ ଆନ୍ଦୋଳନ କରାଯିବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି।
ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସମିତିରେ ୧୦୪୩ ଜଣ ଚାଷୀ ନାମ ପଞ୍ଜୀକରଣ କରିଥିଲେ। ତଦନୁଯାୟୀ ଚାଷୀଙ୍କୁ ଟୋକନ ମିଳିଥିଲା। ୬୧୭ଜଣ ଚାଷୀ ଧାନ ବିକ୍ରି କରିସାରିବା ପରେ ଆଉ ଟାର୍ଗେଟ ନ ଥିବାରୁ ୪୨୬ଜଣ ଚାଷୀ ଧାନ ବିକ୍ରି କରିପାରି ନ ଥିଲେ। ଏଯାବତ୍‌ ଶହେରୁ ଊର୍ଦ୍ଧ୍ୱ ଚାଷୀଙ୍କ ଟୋକନ ଲାପ୍ସ ହୋଇଗଲାଣି। ସରକାରଙ୍କ ଚାଷୀମାରଣ ନୀତିକୁ ବିରୋଧ କରି କଂଗ୍ରେସ ନେତା ମନୋରଞ୍ଜନ ନାୟକ, ଶଶଧର ମହାପାତ୍ର, ସୁବାସ ପାତ୍ର, ନିଲୁ ପ୍ରଧାନ, ଶ୍ରୀକାନ୍ତ ମହାଳିକ, ଶରତ ରାଉଳ, ରବି ସେନାପତି, ଗୋକୁଳ ବରଙ୍କ ସମେତ ଚାଷୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଅପରପକ୍ଷେ ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ସମିତି ସମ୍ପାଦକଙ୍କ ସହ ଏକ ପ୍ରତିନିଧି ଦଳ ଜିଲା ଯୋଗାଣ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri