ତହସିଲ ଅଫିସ ସମ୍ମୁଖରେ ଆନ୍ଦୋଳନ

କୋକସରା, ୧୮।୧୧ (ଡି.ଏନ.ଏ)- ଦେଶରେ ଆଦିବାସୀଙ୍କ ଉପରେ ହେଉଥିବା ଅନ୍ୟାୟ ଅତ୍ୟାଚାର ବିରୋଧରେ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ବୁଧବାର ଦେଶବ୍ୟାପି ଆନ୍ଦୋଳନ ଜାରି ରହିଥିବା ବେଳେ ଏହାକୁ ସମର୍ଥନ ଜଣାଇ ଆଦିବାସୀ ଏକତା ପରିଷଦର ସମର୍ଥନରେ ଭାରତ ମୁକ୍ତି ମୋର୍ଚ୍ଚା ଧର୍ମଗଡ଼ ଉପଖଣ୍ଡ ପକ୍ଷରୁ କୋକସରା ତହସିଲ ଅଫିସ ଆଗରେ ଆନ୍ଦୋଳନ କରାଯାଇଛି। ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦର କୋକସରା ସଭାପତି ଉପେନ୍ଦ୍ର ଶବରଙ୍କ ନେତୃତ୍ୱ ଓ ଭାରତ ମୁକ୍ତି ମୋର୍ଚ୍ଚା କାର୍ଯ୍ୟକାରୀ ସଭାପତି ଦୁର୍ଯ୍ୟୋଧନ ଜାଲଙ୍କ ଅଧ୍ୟକ୍ଷତାରେ କୋକସରା ତହସିଲ ଅଫିସ ଆଗରେ ଆନ୍ଦୋଳନ କରାଯାଇଛି। କୋକସରା ତହସିଲଦାରଙ୍କ ଜରିଆରେ ୧୦ଦଫା ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବା ନେଇ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଆନ୍ଦୋଳନରେ ବହୁଜନ ମୁକ୍ତି ମୋର୍ଚ୍ଚା ପାର୍ଟି, ଓଡିଶା କାର୍ଯ୍ୟକାରୀ ସଭାପତି ନିର୍ମଳ ଜାଲ, ଶବର ସମାଜ ଉପ-ସଭାପତି କୁମ ଶବର, କାର୍ଯ୍ୟକର୍ତ୍ତା ବିଦ୍ୟାଧର ଶବର, ଗଣ୍ଡ ସମାଜ କାର୍ଯ୍ୟକର୍ତ୍ତା ନିରନ ମାଝି, ବରା ସମାଜ କାର୍ଯ୍ୟକର୍ତ୍ତା ହୀରାଲାଲ ନାଏକ, ଭାରତ ମୁକ୍ତି ମୋର୍ଚ୍ଚା ଗମ୍ଭୀଗୁଡା, ସଭାପତି ଜୟରାମ ମହାନନ୍ଦ, ପରମେଶ୍ୱର ବାଗ ପ୍ରମୁଖ କର୍ମକର୍ତ୍ତା ଆନ୍ଦୋଳନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri