ଉପନିର୍ବାଚନ ବେଳେ ତେଜୁଛି ଆନ୍ଦୋଳନ

ଝାରବନ୍ଧ, ୨୧ା୧୧(ଡି.ଏନ.ଏ.): ପଦ୍ମପୁର ଉପ ନିର୍ବାଚନ ବିଭିନ୍ନ ଦାବି ଉପସ୍ଥାପନ ପାଇଁ ଅଞ୍ଚଳବାସୀଙ୍କୁ ସୁଯୋଗ ଦେଇଛି। ଏଥିପାଇଁ ନିର୍ବାଚନ ମଣ୍ଡଳୀ ଅଧିନ ବିଭିନ୍ନ ସ୍ଥାନରେ ଜନଜନଆନ୍ଦୋଳନ ମୁଣ୍ଡ ଟେକୁଛି। ନିର୍ବାଚନ ମଣ୍ଡଳୀ ଅଧୀନ ଝାରବନ୍ଧ ବ୍ଲକବାସୀ ବିଭିନ୍ନ ଅନୁସଙ୍ଗିକ ସମସ୍ୟାକୁ ନେଇ ଦାବି ଉଠାଇଛନ୍ତି। ଝାରବନ୍ଧରେ ଯୁକ୍ତ ୨ ବିଜ୍ଞାନ କଲେଜ, ଝାରବନ୍ଧ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ, ଝାରବନ୍ଧରେ ଜେଏମଏଫସି କୋର୍ଟ ସ୍ଥାପନ, ବିଦ୍ୟୁତ୍‌ ସମସ୍ୟାର ସମାଧାନ, ଝାରବନ୍ଧ ତହସିଲରେ ସବରେଜିଷ୍ଟାର ସ୍ଥାପନ ଆଦି ୧୨ଦଫା ଦାବି ସେମାନେ ରଖିଛନ୍ତି। ଏଥିପାଇଁ ସୋମବାର ଝାରବନ୍ଧ ବଣିକ ସଂଘ ନେତୃତ୍ୱରେ ବିଭିନ୍ନ ସଂଗଠନ ସମସ୍ତ ଦୋକାନ ବଜାର, ସରକାରୀ ବେସରକାରୀ କାର୍ଯ୍ୟାଳୟ ବନ୍ଦ କରି ଝାରବନ୍ଧ ମୁଖ୍ୟ ଛକ ଚାନ୍ଦିନ ଚୌକଠାରେ ଧାରଣା ଦେଇଥିଲେ। ଏହାକୁ ଝାରବନ୍ଧ ଅଞ୍ଚଳର ସାଧାରଣ ଜନତା ସମର୍ଥନ ଜଣାଇଥିଲେ। ପର୍ଯ୍ୟାୟ କ୍ରମେ କଂଗ୍ରେସ, ବିଜେଡି ଓ ଭାଜପା ନେତୃବୃନ୍ଦ ଧାରଣାସ୍ଥଳକୁ ଆସିଥିଲେ। କଂଗ୍ରେସ ଦଳର ଜିଲା ସଭାପତି ନିହାର ରଞ୍ଜନ ମହାନନ୍ଦ ଦାବିଗୁଡିକୁ ସମର୍ଥନ ଜଣାଇଥିଲେ । ପରେ ଶାସକ ବିଜେଡି ପକ୍ଷରୁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଧାରଣାସ୍ଥଳକୁ ଆସି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ନିର୍ବାଚନ ଆଚରଣ ବିଧି ଶେଷ ହେବାପରେ ଦାବି ସବୁ ପୂରଣ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପରେ ଭାଜପା ତରଫରୁ ସୁନ୍ଦରଗଡ ଏମ୍‌ପି ଜୁଏଲ ଓରାମ, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ଓ ଗୋବର୍ଦ୍ଧନ ଭୋଇ ଧାରଣାସ୍ଥଳକୁ ଆସି ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାପାଇଁ ଭରସା ଦେଇଥିଲେ l ନିର୍ବାଚନ ଆଚରଣ ବିଧି ଶେଷ ହେବାଯାଏ ଧାରଣା ସ୍ଥଗିତ ରଖାଯିବ ପାଇଁ ନିଷ୍ପତ୍ତି ନିଆଯାଇଛି। ହେଲେ ଦାବିଗୁଡିକ ପୂରଣ କରା ନ ଗଲେ ଆନ୍ଦୋଳନକୁ ଆଗାମୀ ଦିନରେ ଜୋରଦାର କରାଯିବ ବୋଲି ଆନ୍ଦୋଳନକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri