ତେଜିଲେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ

ବାଲେଶ୍ୱର ଅଫିସ, ୧୪।୨: ବାଲେଶ୍ୱର ଜିଲାରେ ବିଭିନ୍ନ ଚିଟ୍‌ଫଣ୍ଡ କମ୍ପାନୀରେ ଟଙ୍କା ଜମା ରଖି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନେ ଟଙ୍କା ଫେରସ୍ତ ପାଇଁ ‘ଆର୍ଥତ୍କ ସଂସ୍ଥାମାନଙ୍କ ଦ୍ୱାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ’ ମାଧ୍ୟମରେ ୫ଦିନ ଧରି ଜିଲାର ବିଭିନ୍ନ ତହସିଲ ଅଫିସ୍‌ ସମ୍ମୁଖରେ ସତ୍ୟାଗ୍ରହ କରାଯିବ। ଏଥିସହିତ ଆସନ୍ତା ଏପ୍ରିଲ ୧୧ତାରିଖରେ ଭୁବନେଶ୍ୱରଠାରେ ରାଜ୍ୟସ୍ତରୀୟ ଜମାକାରୀ ଗଣସତ୍ୟାଗ୍ରହ ଅନୁଷ୍ଠିତ ହେବ ବୋଲି ଆନ୍ଦୋଳନକାରୀମାନେ ସୂଚନା ଦେଇଛନ୍ତି।
ସୋମବାର ରେମୁଣା ତହସିଲ ଅଞ୍ଚଳର ଚିଟ୍‌ଫଣ୍ଡ ସଂସ୍ଥା ଦ୍ୱାରା କ୍ଷତିଗ୍ରସ୍ତ ଜମାକାରୀମାନେ ତହସିଲ ସମ୍ମୁଖରେ ଜମାକାରୀ ଗଣସତ୍ୟାଗ୍ରହ କରି ତହସିଲଦାରଙ୍କ ଜରିଆରେ ୪ଦଫା ଦାବି ସମ୍ବଳିତ ଦାବିପତ୍ର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ସୁପ୍ରିମକୋର୍ଟ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ମଙ୍ଗଳବାର ବାଲେଶ୍ୱର ତହସିଲ, ୧୫ରେ ବାଲିଆପାଳ ତହସିଲ, ୧୬ରେ ଖଇରା ତହସିଲ ଏବଂ ୧୭ରେ ସୋର ତହସିଲ ସମ୍ମୁଖରେ ଜମାକାରୀ ଗଣସତ୍ୟାଗ୍ରହ ସହ ଦାବିପତ୍ର ଉପସ୍ଥାପନ କରାଯିବ ବୋଲି ମଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି। ସତ୍ୟାଗ୍ରହରେ ମଞ୍ଚର ବାଲେଶ୍ୱର ଜିଲା ସଂଯୋଜକ ତପନ କୁମାର ସିଟ, ଭିଟାମାଟି ଆନ୍ଦୋଳନ ନେତା ଅରୁଣ ଜେନା, ରେମୁଣାର ଜମାକାରୀ ମିଳିତ ମଞ୍ଚ ଜଳଧର ପ୍ରଧାନ, ରଘୁନାଥ ଦାସ, ଗଙ୍ଗାଧର ସେଠୀ, ବିଧାନ ଚନ୍ଦ୍ର ରାଏ, ପ୍ରଭାକର ଜେନା, ରବୀନ୍ଦ୍ର ପ୍ରଧାନ, ଯତୀନ ପାତ୍ର, ବାସୁଦେବ ପ୍ରଧାନ, ଶୈଳେଶ ଚନ୍ଦ୍ର ସିଂହ, ମଞ୍ଜୁ ସିଂହ, କାଳି ଚରଣ ବିନ୍ଧାଣୀ, ଶିବ ପ୍ରଶାଦ ଦାସ ଓ ଚନ୍ଦ୍ରକାନ୍ତ ପାତ୍ର ପ୍ରମୁଖ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri