୨୮ରେ ସଂଯୁକ୍ତ କୃଷକ ସଙ୍ଗଠନର ଆନ୍ଦୋଳନ

ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ):ବିଦ୍ୟୁତ୍‌ ସମସ୍ୟାକୁ ନେଇ ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନ ଆନ୍ଦୋଳନମୁହାଁ ହୋଇଛି। କୃଷିକ୍ଷେତ୍ରରେ ବ୍ୟବହୃତ ବିଦ୍ୟୁତ୍‌ ଏବଂ ଘରୋଇ ବିଦ୍ୟୁତ୍‌ ବିଲ୍‌କୁ ନେଇ ସଙ୍ଗଠନ ଉଦ୍‌ବେଗ ପ୍ରକାଶ କରି ଏହାର ସମାଧାନ ପାଇଁ ବାରମ୍ବାର ସରକାର ତଥା ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଆସିଛି। କିନ୍ତୁ କିଛି ସୁଫଳ ମିଳିନାହିଁ। ସେହିପରି ବିଦ୍ୟୁତ୍‌ କର୍ମଚାରୀମାନେ ଚାଷୀଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛନ୍ତି ଏବଂ ଏତଲା ସତ୍ତ୍ୱେ ପୋଲିସ ଆକ୍ରମଣକାରୀଙ୍କୁ ଅନୁକମ୍ପା ପ୍ରଦର୍ଶନ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ସଂଯୁକ୍ତ କୃଷକ ସଙ୍ଗଠନ ପୁଣି ତାତି ଉଠିଛି। ଘେଁସ୍‌ ଗୁରୁଭବନରେ ବୁଧବାର ସ୍ଥାନୀୟ ଶହୀଦ ମାଧୋସିଂ ଆଞ୍ଚଳିକ କୃଷକ ସଙ୍ଗଠନ ପକ୍ଷରୁ ଅନୁଷ୍ଠିତ ବୈଠକରେ ସଙ୍ଗଠନର ସଭାପତି ମୁରଲୀ ଭୋଇ ସଭାପତିତ୍ୱ କରିଥିଲେ। ଚାଷୀଙ୍କ ଉପରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଆକ୍ରମଣ ଘଟଣା ଏବଂ ଏଥିରେ ପୋଲିସର କୋହଳନୀତିକୁ ନେଇ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା।
ସେହିପରି ସଂଯୁକ୍ତ କୃଷକ ସଙ୍ଗଠନର ଆଇନ ପରାମର୍ଶଦାତା ଅଜିତ ଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଦ୍ୱିତୀୟ ଅଧିବେଶନରେ ଜିଲାର ବିଭିନ୍ନ ଚାଷୀ ସଙ୍ଗଠନର ପ୍ରତିନିଧିମାନେ ଯୋଗଦାନ କରିଥିଲେ। ବୈଠକରେ କୃଷିକ୍ଷେତ୍ରରେ ଉପୁଜି ଆସୁଥିବା ବିଦ୍ୟୁତ୍‌ ସମସ୍ୟା ସମୂହ ଉପରେ ଆଲୋଚନା ହୋଇଥିଲା। ବକେୟା ବିଦ୍ୟୁତ୍‌ ବିଲ୍‌ ସମ୍ପୂର୍ଣ୍ଣ ଛାଡ଼, ସ୍ମାର୍ଟ ମିଟର ସ୍ଥାପନ ବନ୍ଦ କରାଯିବା, ୩୦୦ ୟୁନିଟ୍‌ ଯାଏ ବିଦ୍ୟୁତ୍‌ ବିଲ୍‌ ଛାଡ଼ କରାଯିବା, ହୀରାକୁଦ ପାଣି ଜଳସେଚନ ଆଧାରରେ ଚାଷକ୍ଷେତ୍ରରେ ବ୍ୟବହୃତ ବିଦ୍ୟୁତ୍‌ ବିଲ୍‌ କରାଯିବା, କମ୍ପାନୀ ହାତକୁ ଦିଆ ନ ଯାଇ ସରକାର ବିଦ୍ୟୁତ୍‌ ବିଭାଗ ପରିଚାଳନା କରିବା ଦାବି ହୋଇଥିଲା। ଏହି ଦାବି ନେଇ ଆସନ୍ତା ୨୮ତାରିଖରେ ଆନ୍ଦୋଳନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଚାଷୀନେତା ପ୍ରେମରାଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

ମିଶାଇଲ ଆକ୍ରମଣ ପରେ କେମିତି ବଞ୍ଚିଗଲେ ଇରାନର ନୂଆ ସୁପ୍ରିମ ଲିଡର, ଲିକ ଅଡିଓ ଖୋଲିଲା ଗୁମର!

ତେହରାନ୍‌,୧୭।୩: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଫେବୃଆରୀ ୨୮ରେ ହୋଇଥିବା ଏକ ଆମେରିକୀୟ-ଇସ୍ରାଏଲୀୟ ଆକ୍ରମଣରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଏକ ଲିକ ହୋଇଥିବା ଅଡିଓ…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri