୬୬୨ ବର୍ଗ ମହାବିଦ୍ୟାଳୟର ଆନ୍ଦୋଳନ ଚେତାବନୀ

କୋରାପୁଟ,୧୭ା୧୧(ଅମିତାଭ ବେହେରା): ନିଖିଳ ଓଡ଼ିଶା ୬୬୨ ବର୍ଗ (+୨ ଓ +୩) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ କୋରାପୁଟ ଜିଲା ଶାଖା ପକ୍ଷରୁ ଏକ ବୈଠକ ଡଃ ବି. ଆର ଆମ୍ବେଦକର ଜାତୀୟ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ତ୍ରିନାଥ ପାତିକା ଅଧ୍ୟକ୍ଷତା କରି ସରକାରଙ୍କ ଟାଳଟୁଳ ନୀତିକୁ ତୀବ୍ର ସମାଲୋଚନା କରିବା ସହ ଅସନ୍ତୋଷ ପ୍ରକାଶ କରିଥିଲେ। ୬୬୨ ବର୍ଗ ଅଧ୍ୟାପକ ଓ କର୍ମଚାରୀଙ୍କ ଚାକିରି ସର୍ତ୍ତାବଳୀ ଓ ପେନ୍‌ସନ୍‌ ନିମନ୍ତେ ସରକାରଙ୍କ ନିକଟରେ ବାରମ୍ବାର ଅବଗତ କରାଇବା ସହ ଦୀର୍ଘଦିନ ଧାରଣାରେ ବସିଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ। ଏହି ସମସ୍ୟା ତୁରନ୍ତ ସମାଧାନ କରା ନ ଗଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

ନିଷ୍ପତ୍ତି ମୁତାବକ, ଯଦି ଆନ୍ଦୋଳନ କରାଯାଏ ତେବେ ମହାବିଦ୍ୟାଳୟଗୁଡ଼ିକର ଶୈକ୍ଷିକ ବାତାବରଣ ଖରାପ ହେବା ସହିତ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାହତ ସୃଷ୍ଟି ହେଲେ ଏଥିପାଇଁ ସରକାର ଦାୟୀ ରହିବେ ବୋଲି ଯୁକ୍ତ ଦୁଇ ସମ୍ପାଦକ ପ୍ରଜାରଞ୍ଜନ ମିଶ୍ର, ଯୁକ୍ତ ତିନି ସମ୍ପାଦକ କିଶୋର ଚନ୍ଦ୍ର ବେହେରା, କୋଷାଧ୍ୟକ୍ଷ ହୃଦୟ ରଞ୍ଜନ ପଣ୍ଡା, ଯୁଗ୍ମ ସମ୍ପାଦକ ଦୁଷ୍ମନ୍ତ ଚୌଧୁରୀ ଓ ଅଧ୍ୟକ୍ଷ ଲକ୍ଷ୍ମଣ ସାହୁ ପ୍ରମୁଖ ମତବ୍ୟକ୍ତ କରିଥିଲେ।

ବୈଠକରେ ସୁକାନ୍ତ କୁମାର ବାଣୁଆ, ସରୋଜ କୁମର ତୁଳ, ଅକ୍ଷୟ କୁମାର ବେହେରା, ଅଶୋକ କୁମାର ପରିଡ଼ା, ରୀତା ରାଣୀ କରଣ, ଇନ୍ଦିରା ପ୍ରିୟଦର୍ଶିନୀ ପଟ୍ଟନାୟକ, ରଜତ କୁମାର ହିଆଲ, ପର୍ଶୁରାମ ସାହୁ, ବାସୁଦେବ ସାହୁ, ସୀମାଞ୍ଚଳ ଦାସ, ନକୁଳି ଗୌଡ଼ ଓ କମୁଳୁ ମୁଦୁଲି ସମେତ ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପିକା/ ଅଧ୍ୟାପକ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଜିଲାର ବରିଷ୍ଠ ଅଧ୍ୟାପକ ରବି ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri