୬୬୨ ବର୍ଗ ମହାବିଦ୍ୟାଳୟର ଆନ୍ଦୋଳନ ଚେତାବନୀ

କୋରାପୁଟ,୧୭ା୧୧(ଅମିତାଭ ବେହେରା): ନିଖିଳ ଓଡ଼ିଶା ୬୬୨ ବର୍ଗ (+୨ ଓ +୩) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ କୋରାପୁଟ ଜିଲା ଶାଖା ପକ୍ଷରୁ ଏକ ବୈଠକ ଡଃ ବି. ଆର ଆମ୍ବେଦକର ଜାତୀୟ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ତ୍ରିନାଥ ପାତିକା ଅଧ୍ୟକ୍ଷତା କରି ସରକାରଙ୍କ ଟାଳଟୁଳ ନୀତିକୁ ତୀବ୍ର ସମାଲୋଚନା କରିବା ସହ ଅସନ୍ତୋଷ ପ୍ରକାଶ କରିଥିଲେ। ୬୬୨ ବର୍ଗ ଅଧ୍ୟାପକ ଓ କର୍ମଚାରୀଙ୍କ ଚାକିରି ସର୍ତ୍ତାବଳୀ ଓ ପେନ୍‌ସନ୍‌ ନିମନ୍ତେ ସରକାରଙ୍କ ନିକଟରେ ବାରମ୍ବାର ଅବଗତ କରାଇବା ସହ ଦୀର୍ଘଦିନ ଧାରଣାରେ ବସିଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ। ଏହି ସମସ୍ୟା ତୁରନ୍ତ ସମାଧାନ କରା ନ ଗଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

ନିଷ୍ପତ୍ତି ମୁତାବକ, ଯଦି ଆନ୍ଦୋଳନ କରାଯାଏ ତେବେ ମହାବିଦ୍ୟାଳୟଗୁଡ଼ିକର ଶୈକ୍ଷିକ ବାତାବରଣ ଖରାପ ହେବା ସହିତ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାହତ ସୃଷ୍ଟି ହେଲେ ଏଥିପାଇଁ ସରକାର ଦାୟୀ ରହିବେ ବୋଲି ଯୁକ୍ତ ଦୁଇ ସମ୍ପାଦକ ପ୍ରଜାରଞ୍ଜନ ମିଶ୍ର, ଯୁକ୍ତ ତିନି ସମ୍ପାଦକ କିଶୋର ଚନ୍ଦ୍ର ବେହେରା, କୋଷାଧ୍ୟକ୍ଷ ହୃଦୟ ରଞ୍ଜନ ପଣ୍ଡା, ଯୁଗ୍ମ ସମ୍ପାଦକ ଦୁଷ୍ମନ୍ତ ଚୌଧୁରୀ ଓ ଅଧ୍ୟକ୍ଷ ଲକ୍ଷ୍ମଣ ସାହୁ ପ୍ରମୁଖ ମତବ୍ୟକ୍ତ କରିଥିଲେ।

ବୈଠକରେ ସୁକାନ୍ତ କୁମାର ବାଣୁଆ, ସରୋଜ କୁମର ତୁଳ, ଅକ୍ଷୟ କୁମାର ବେହେରା, ଅଶୋକ କୁମାର ପରିଡ଼ା, ରୀତା ରାଣୀ କରଣ, ଇନ୍ଦିରା ପ୍ରିୟଦର୍ଶିନୀ ପଟ୍ଟନାୟକ, ରଜତ କୁମାର ହିଆଲ, ପର୍ଶୁରାମ ସାହୁ, ବାସୁଦେବ ସାହୁ, ସୀମାଞ୍ଚଳ ଦାସ, ନକୁଳି ଗୌଡ଼ ଓ କମୁଳୁ ମୁଦୁଲି ସମେତ ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପିକା/ ଅଧ୍ୟାପକ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଜିଲାର ବରିଷ୍ଠ ଅଧ୍ୟାପକ ରବି ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri