ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

କୋକସରା,୧୭ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୋଷଧି ବାଗଙ୍କୁ ଭେଟି ଧର୍ମଗଡ଼ ଉପଖଣ୍ଡ ୩ ବ୍ଲକର ଅଙ୍ଗନଓ୍ବାଡ଼ି ଓ ପାଚିକା କର୍ମୀ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟରେ ଆଜିକୁ ୨୭ ଦିନ ହେବ ଭାରତୀୟ ମଜଦୁର ସଂଘ ସଂଲଗ୍ନ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡ଼ି ଓ ପାଚିକା କର୍ମୀମାନେ ୮ ଦଫା ସମ୍ବଳିତ ଦାବି ନେଇ ରାଜ୍ୟର ୩୧୬ ବ୍ଲକରେ ଥିବା ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ଧାରଣା ଓ ଆନ୍ଦୋଳନ ଜାରି ରଖିଛନ୍ତି। ଆଜି ଧର୍ମଗଡ଼ ଉପଖଣ୍ଡର କୋକସରା କଲମପୁର ଓ ଧର୍ମଗଡ଼ ବ୍ଲକରେ କାର୍ଯ୍ୟରତ ଶହ ଶହ ଅଙ୍ଗନଓ୍ବାଡ଼ି ଓ ପାଚିକା କର୍ମୀ ଏକତ୍ରିତ ହୋଇ କୋକସରାଠାରେ ଧର୍ମଗଡ଼ ବିଧାୟକଙ୍କୁ ଭେଟି ସମସ୍ୟା ଜଣାଇବା ସହ ୮ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ଅଙ୍ଗନଓ୍ବାଡ଼ିଙ୍କ ଆନ୍ଦୋଳନ ଫଳରେ ତିନି ବ୍ଲକର ସମସ୍ତ ପ୍ରାକ୍‌ ବିଦ୍ୟାଳୟ, ଶିଶୁ, କିଶୋରୀ ବାଳିକା, ଗର୍ଭବତୀ ମହିଳାଙ୍କ ପାଇଁ ରହିଥିବା ଯୋଜନା ଠପ୍‌ ରହିଛି। ଆଜି କୋକସରା ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି କୋକସରା ବିଜେଡି କାର୍ଯ୍ୟାଳୟକୁ ଆସି ରାଜ୍ୟ ସରକାରଙ୍କ ଦୋମୁହାଁ ନୀତିର ପ୍ରତିବାଦ କରିଥିଲେ। ଦାବିପତ୍ର ପ୍ରଦାନ ସମୟରେ ଅଙ୍ଗନଓ୍ବାଡ଼ି କର୍ମୀ ଯସ୍ମିନ ପାତ୍ର, ସଞ୍ଜୀବନି ପାତ୍ର, ନିର ମହାନନ୍ଦ, ଦମୟନ୍ତୀ ବେଶ୍ରା, ଲଳିତା ନାଏକ, ସୌଦାମିନୀ ବେହେରା, ପାର୍ବତୀ ଜାଲ, ଇନ୍ଦୁମତୀ ବେଶ୍ରା, ପୁଷ୍ପାଞ୍ଜଳି ଶବର, ଜୟନ୍ତୀ ଶବର, ପବିତ୍ରୀ ପଣ୍ଡାଙ୍କ ସମେତ ୩ ବ୍ଲକର ଶତାଧିକ ମହିଳା କର୍ମୀ ଉପସ୍ଥିତ ଥିଲେ। ଦାବି ପୂରଣ ନ ହେଲେ ଭୟାବହ ଆନ୍ଦୋଳନ କରିବାକୁ ସେମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଲଗାଣ ବର୍ଷାରେ ଥୁଆମୂଳ ରାମପୁର ବେହାଲ: ଭାଙ୍ଗିଲା ଘର, ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମୁହଁ ଖୋଲିଲେ RI

ଥୁଆମୂଳ ରାମପୁର,୨୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ଟଙ୍କା ଜମାକୁ ୪ବର୍ଷ ବିତିଗଲାଣି, ବୋରୱେଲରେ ବିଦ୍ୟୁତ ସଂଯୋଗ ନାହିଁ

କେସିଙ୍ଗା, ୨୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ଉଠା ଜଳସେଚନ ନିଗମ ଲିମିଟେଡ଼ ଦାରା ଗଭୀର କୂପ ଖୋଲିବା ପାଇଁ ଗତ୨୦୨୨-୨୩ ମସିହାରେ ଚାଷୀମାନଙ୍କୁ ଆହ୍ବାନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri