ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

କୋକସରା,୧୭ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୋଷଧି ବାଗଙ୍କୁ ଭେଟି ଧର୍ମଗଡ଼ ଉପଖଣ୍ଡ ୩ ବ୍ଲକର ଅଙ୍ଗନଓ୍ବାଡ଼ି ଓ ପାଚିକା କର୍ମୀ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟରେ ଆଜିକୁ ୨୭ ଦିନ ହେବ ଭାରତୀୟ ମଜଦୁର ସଂଘ ସଂଲଗ୍ନ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡ଼ି ଓ ପାଚିକା କର୍ମୀମାନେ ୮ ଦଫା ସମ୍ବଳିତ ଦାବି ନେଇ ରାଜ୍ୟର ୩୧୬ ବ୍ଲକରେ ଥିବା ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ଧାରଣା ଓ ଆନ୍ଦୋଳନ ଜାରି ରଖିଛନ୍ତି। ଆଜି ଧର୍ମଗଡ଼ ଉପଖଣ୍ଡର କୋକସରା କଲମପୁର ଓ ଧର୍ମଗଡ଼ ବ୍ଲକରେ କାର୍ଯ୍ୟରତ ଶହ ଶହ ଅଙ୍ଗନଓ୍ବାଡ଼ି ଓ ପାଚିକା କର୍ମୀ ଏକତ୍ରିତ ହୋଇ କୋକସରାଠାରେ ଧର୍ମଗଡ଼ ବିଧାୟକଙ୍କୁ ଭେଟି ସମସ୍ୟା ଜଣାଇବା ସହ ୮ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ଅଙ୍ଗନଓ୍ବାଡ଼ିଙ୍କ ଆନ୍ଦୋଳନ ଫଳରେ ତିନି ବ୍ଲକର ସମସ୍ତ ପ୍ରାକ୍‌ ବିଦ୍ୟାଳୟ, ଶିଶୁ, କିଶୋରୀ ବାଳିକା, ଗର୍ଭବତୀ ମହିଳାଙ୍କ ପାଇଁ ରହିଥିବା ଯୋଜନା ଠପ୍‌ ରହିଛି। ଆଜି କୋକସରା ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି କୋକସରା ବିଜେଡି କାର୍ଯ୍ୟାଳୟକୁ ଆସି ରାଜ୍ୟ ସରକାରଙ୍କ ଦୋମୁହାଁ ନୀତିର ପ୍ରତିବାଦ କରିଥିଲେ। ଦାବିପତ୍ର ପ୍ରଦାନ ସମୟରେ ଅଙ୍ଗନଓ୍ବାଡ଼ି କର୍ମୀ ଯସ୍ମିନ ପାତ୍ର, ସଞ୍ଜୀବନି ପାତ୍ର, ନିର ମହାନନ୍ଦ, ଦମୟନ୍ତୀ ବେଶ୍ରା, ଲଳିତା ନାଏକ, ସୌଦାମିନୀ ବେହେରା, ପାର୍ବତୀ ଜାଲ, ଇନ୍ଦୁମତୀ ବେଶ୍ରା, ପୁଷ୍ପାଞ୍ଜଳି ଶବର, ଜୟନ୍ତୀ ଶବର, ପବିତ୍ରୀ ପଣ୍ଡାଙ୍କ ସମେତ ୩ ବ୍ଲକର ଶତାଧିକ ମହିଳା କର୍ମୀ ଉପସ୍ଥିତ ଥିଲେ। ଦାବି ପୂରଣ ନ ହେଲେ ଭୟାବହ ଆନ୍ଦୋଳନ କରିବାକୁ ସେମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri