ସ୍ବାସ୍ଥ୍ୟସେବା ନ ସୁଧାରିଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୬।୮-ବାଲେଶ୍ୱର ସରକାରୀ ମେଡିକାଲ୍‌ କଲେଜ୍‌ ହସ୍ପିଟାଲ୍‌କୁ ଆସୁଥିବା ରୋଗୀମାନେ ଆବଶ୍ୟକ ଚିକିତ୍ସା ନ ପାଇ ମୃତ୍ୟୁବରଣ କରୁଥିବା ଅଭିଯୋଗ ପରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ସ୍ବତନ୍ତ୍ର ବୈଠକ ବସିଥିଲା। ଅନୁଷ୍ଠାନ ସମ୍ପାଦକ ନିରଞ୍ଜନ ରାଉତ ଅଧ୍ୟକ୍ଷତା କରିଥିଲେ। ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟବିଭାଗ ଅଧିକାରୀଙ୍କ ଅବହେଳାରୁ ଏଭଳି ଘଟଣା ଘଟୁଥିବା ଏବଂ ପ୍ଲାଜ୍‌ମା ଥେରାପିରେ ଗୁରୁତର ରୋଗୀମାନେ ସୁସ୍ଥ ହେଉଥିବା ଖବର ସରକାରୀ ଭାବେ ଦର୍ଶାଯାଉଥିବା ବେଳେ ବାଲେଶ୍ୱରରେ ତାହା ସଫଳ ହେଉନାହିଁ ବୋଲି କେତେକ ସଦସ୍ୟ ଅଭିଯୋଗ କରିଥିଲେ।
କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷିତ ସମସ୍ତ କଟକଣାକୁ ବାଲେଶ୍ୱର ଜିଲାପାଳ ଜିଲାବାସୀଙ୍କ ପାଇଁ କଡ଼ାକଡ଼ି ଲାଗୁ କରିଥିଲେ ମଧ୍ୟ ସ୍ବାସ୍ଥ୍ୟବିଭାଗ ତଥା ଜିଲା ପ୍ରଶାସନର ବହୁ ସରକାରୀ ଅଧିକାରୀ ଓ କର୍ମଚାରୀ କରୋନା ଭୂତାଣୁ ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି। କରୋନା ଯୋଦ୍ଧା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନେ ଜଣେ ସାଧାରଣ ରୋଗୀ କରୋନା ସଂକ୍ରମିତ ଜାଣିବା ପରେ ସେମାନେ ଆବଶ୍ୟକ ଚିକିତ୍ସା ପ୍ରଦାନ କରୁ ନ ଥିବା ଜିଲାବାସୀଙ୍କୁ ବ୍ୟଥିତ କରିଛି। ସେହିପରି ବାଲେଶ୍ୱରରେ ପ୍ଲାଜ୍‌ମା ବ୍ୟାଙ୍କ୍‌ ପ୍ରତିଷ୍ଠା ହୋଇଥିଲେ ମଧ୍ୟ ରକ୍ତ ପୃଥକୀକରଣ କେନ୍ଦ୍ର ଅଦ୍ୟାବଧି କାର୍ଯ୍ୟକ୍ଷମ ହୋଇପାରିନାହିଁ। ଆବଶ୍ୟକ ଯନ୍ତ୍ରାଂଶ ଦୀର୍ଘଦିନ ଧରି ବାଲେଶ୍ୱରରେ ପହଞ୍ଚତ୍ଥିଲେ ମଧ୍ୟ ବିଶେଷଜ୍ଞ ଡାକ୍ତର ଓ ଟେକ୍‌ନିସିଆନ୍‌ ନିଯୁକ୍ତି କରାଯାଉ ନ ଥିବାରୁ ଏହା କାର୍ଯ୍ୟକ୍ଷମ ହୋଇପାରିନାହିଁ। ବାଲେଶ୍ୱର ହସ୍‌ପିଟାଲ୍‌ ପରିସରରେ ଥିବା ଜନୌଷଧି କେନ୍ଦ୍ରକୁ ଇଚ୍ଛାକୃତ ଭାବେ ବନ୍ଦ କରିଦେବା ଦ୍ୱାରା ରୋଗୀମାନେ ଅଧିକ ଦାମ୍‌ରେ ବିଭିନ୍ନ କମ୍ପାନୀର ଔଷଧ କିଣିବାକୁ ବାଧ୍ୟ ହେଉଛନ୍ତି। ଏଭଳି ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାକୁ ବିରୋଧ କରି ଆସନ୍ତା ଅଗଷ୍ଟ ୨୭ ତାରିଖରେ ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ଜିଲା କ୍ରିୟାନୁଷ୍ଠାନ କମିଟି, ବିଭିନ୍ନ ସାମାଜିକ ଗଣସଙ୍ଗଠନ ତଥା ବୁଦ୍ଧିଜୀବୀଙ୍କୁ ନେଇ ଧାରଣା ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି। ବୈଠକରେ ପୂର୍ବତନ ବିଧାୟକ ପ୍ରଦୀପ୍ତ ପଣ୍ଡା, ଜିଲା ପରିଷଦ ସଭ୍ୟ ସୀତାରାମ ପ୍ରଧାନ, ଜିଲା କମିଟିର ନିରଞ୍ଜନ ପରିଡ଼ା, ପ୍ରସନ୍ନ ପାଢ଼ୀ, ସରସ୍ବତୀ ପଣ୍ଡା, ଜ୍ୟୋତ୍ସ୍ନା ପାଣି, ଯୋଗେଶ ପ୍ରଧାନ, ଶ୍ରଦ୍ଧାଞ୍ଜଳି ରାୟ, ଅର୍ଚ୍ଚନା ନନ୍ଦୀ, ଗୌରାଙ୍ଗ ପାଣିଗ୍ରାହୀ, ପ୍ରଭାକର ସାହୁ, ଶ୍ୟାମସୁନ୍ଦର ଜେନା, ପ୍ରଭାକର ବେହେରା, ନବକୃଷ୍ଣ ପୋଥାଳ, ଇନ୍ତେକାମ୍‌ ଅଲ୍ଲୀ ଖାଁ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri