ରେଗୁଲାର କରା ନ ଗଲେ ଆନ୍ଦୋଳନ ଚେତାବନୀ

ପାପଡାହାଣ୍ଡି,୧୩।୬ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଶହୀଦ ମିନାରରେ ରବିବାର ଜିଲାର ରେଗୁଲାରରୁ ବଞ୍ଚତ୍ତ ଗଣଶିକ୍ଷକଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଉପଦେଷ୍ଟା ଉମେଶ ପାତ୍ରଙ୍କ ନେତୃତ୍ୱରେ ଆୟୋଜିତ ବୈଠକରେ ଜିଲାର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ରେଗୁଲାରରୁ ବଞ୍ଚତ୍ତ ଗଣଶିକ୍ଷକ ଯୋଗ ଦେଇଥିଲେ। ଗଣଶିକ୍ଷକମାନଙ୍କୁ ଦୀର୍ଘ ଦିନ ଧରି ରେଗୁଲାର କରାଯାଇ ନ ଥିବାରୁ ବୈଠକରେ କ୍ଷୋଭ ପ୍ରକାଶ ପାଇଥିଲା। ଦୀର୍ଘ ୧୪ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପ୍ରାୟ ଚାରି ହଜାର ଶିକ୍ଷକ ମାସିକ ଦରମା ୭ ହଜାର ଟଙ୍କା ଦରମାରେ କାମ କରୁଛନ୍ତି। ସେତିକି ଟଙ୍କାରେ ବର୍ତ୍ତମାନ ସମୟରେ ପରିବାର ଚଳାଇବା ସମ୍ଭବ ନୁହେଁ। ବାରମ୍ବାର ପ୍ରଶାସନକୁ ଅବଗତ କରିବା ସତ୍ତ୍ୱେ କେହି କିଛି ପଦକ୍ଷେପ ନେଉ ନ ଥିବା ଶିକ୍ଷକମାନେ କହିଛନ୍ତି। ପ୍ରଶାସନ ତରଫରୁ ସେମାନଙ୍କୁ ରେଗୁଲାର କରା ନ ଗଲେ ଆଗାମୀ ଦିନରେ ଶିକ୍ଷକମାନେ ନବରଙ୍ଗପୁରରେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍‌ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ

ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ…

ଶିଶୁକନ୍ୟାର ମୁଣ୍ଡ ଉପରେ ଚଢ଼ିଗଲା ମିନିଟ୍ରକ୍‌

ନବରଙ୍ଗପୁର,୨୮ା୬(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟରୁ ଆସିଛି ଏକ ଅତ୍ୟନ୍ତ ଦୁଃଖଦ ଏବଂ ହୃଦୟ ବିଦାରକ ଖବର। ୪ ବର୍ଷର ଏକ ଶିଶୁକନ୍ୟାଙ୍କ ଉପରେ ଚଢ଼ିଗଲା ମିନିଟ୍ରକ୍‌।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri