୩ ଦାବି ରଖିଲୁ ନ ମାନିଲେ ଆନ୍ଦୋଳନ ଆଗେଇବ: କଂଗ୍ରେସ

ଭୁବନେଶ୍ବର,୧।୧୦(ବ୍ୟୁରୋ): ନିମାପଡ଼ା ବ୍ଲକର ୧୧ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ଶୁକ୍ରବାର କଂଗ୍ରେସ ମିଡିଆ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି, ସତକଥା ପ୍ରକାଶକୁ ଏତେ ଭୟ କାହିଁକି ଲାଗୁଛି। ମୋ ସରକାର ଏବଂ ୫-ଟି ଶାସନରେ ସତ କାହିଁକି ଲୁଚାଯାଉଛି। ଧର୍ମେନ୍ଦ୍ର ସାହୁଙ୍କ ଦୁଃଖଦ ବିୟୋଗରେ ସରକାର ନିରପେକ୍ଷ ତଦନ୍ତ ଜରିଆରେ ମୃତ୍ୟୁ ରହସ୍ୟ ଉନ୍ମୋଚନ କରିବା, ପ୍ରକୃତ ଅପରାଧୀଙ୍କୁ ଚିହ୍ନଟ କରିବା ଏବଂ ଆଇନ ଅନୁସାରେ ଦଣ୍ଡବିଧାନ କରିବା କ୍ଷେତ୍ରରେ ପଛଘୁଞ୍ଚା ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ସ୍ବର୍ଗତ ସାହୁ ଛାଡ଼ିଯାଇଥିବା ଅଡିଓ ବିବରଣୀ ସୂଚାଉଛି ତାଙ୍କ ଦୁର୍ବିଷହ ପାରିବାରିକ ଜଞ୍ଜାଳ ପାଇଁ ଯେଉଁମାନଙ୍କ ସମ୍ପୃକ୍ତି ଅଛି ସେମାନଙ୍କ ମଧ୍ୟରେ ନିମାପଡ଼ା ବିଧାୟକ ତଥା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଅଛନ୍ତି। ତେବେ ଆଇନ ତା’ ବାଟରେ ଯାଇ ମନ୍ତ୍ରୀଙ୍କ ପାଖରେ ପହଞ୍ଚୁନି କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି। ଏହି ଘଟଣାରେ ସରକାରଙ୍କ ନିକଟରେ ୩ଟି ଦାବି କରୁଛୁ, ଯଦି ଏକ୍ଷେତ୍ରରେ ସରକାର ନୀରବ ରୁହନ୍ତି ତା’ହେଲେ ଆନ୍ଦୋଳନକୁ ଆଗେଇନେବା ସହ ତୀବ୍ର କରିବାକୁ କଂଗ୍ରେସ ବାଧ୍ୟ ହେବ ବୋଲି ଗଣେଶ୍ୱର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri