୩ ଦାବି ରଖିଲୁ ନ ମାନିଲେ ଆନ୍ଦୋଳନ ଆଗେଇବ: କଂଗ୍ରେସ

ଭୁବନେଶ୍ବର,୧।୧୦(ବ୍ୟୁରୋ): ନିମାପଡ଼ା ବ୍ଲକର ୧୧ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ଶୁକ୍ରବାର କଂଗ୍ରେସ ମିଡିଆ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି, ସତକଥା ପ୍ରକାଶକୁ ଏତେ ଭୟ କାହିଁକି ଲାଗୁଛି। ମୋ ସରକାର ଏବଂ ୫-ଟି ଶାସନରେ ସତ କାହିଁକି ଲୁଚାଯାଉଛି। ଧର୍ମେନ୍ଦ୍ର ସାହୁଙ୍କ ଦୁଃଖଦ ବିୟୋଗରେ ସରକାର ନିରପେକ୍ଷ ତଦନ୍ତ ଜରିଆରେ ମୃତ୍ୟୁ ରହସ୍ୟ ଉନ୍ମୋଚନ କରିବା, ପ୍ରକୃତ ଅପରାଧୀଙ୍କୁ ଚିହ୍ନଟ କରିବା ଏବଂ ଆଇନ ଅନୁସାରେ ଦଣ୍ଡବିଧାନ କରିବା କ୍ଷେତ୍ରରେ ପଛଘୁଞ୍ଚା ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ସ୍ବର୍ଗତ ସାହୁ ଛାଡ଼ିଯାଇଥିବା ଅଡିଓ ବିବରଣୀ ସୂଚାଉଛି ତାଙ୍କ ଦୁର୍ବିଷହ ପାରିବାରିକ ଜଞ୍ଜାଳ ପାଇଁ ଯେଉଁମାନଙ୍କ ସମ୍ପୃକ୍ତି ଅଛି ସେମାନଙ୍କ ମଧ୍ୟରେ ନିମାପଡ଼ା ବିଧାୟକ ତଥା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଅଛନ୍ତି। ତେବେ ଆଇନ ତା’ ବାଟରେ ଯାଇ ମନ୍ତ୍ରୀଙ୍କ ପାଖରେ ପହଞ୍ଚୁନି କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି। ଏହି ଘଟଣାରେ ସରକାରଙ୍କ ନିକଟରେ ୩ଟି ଦାବି କରୁଛୁ, ଯଦି ଏକ୍ଷେତ୍ରରେ ସରକାର ନୀରବ ରୁହନ୍ତି ତା’ହେଲେ ଆନ୍ଦୋଳନକୁ ଆଗେଇନେବା ସହ ତୀବ୍ର କରିବାକୁ କଂଗ୍ରେସ ବାଧ୍ୟ ହେବ ବୋଲି ଗଣେଶ୍ୱର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri