ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାକୁ ନେଇ ନିର୍ମାଣ ହେବ ଫିଲ୍ମ: ଶକ୍ତି କପୁର ଆସିବେ ସିବିଆଇ ଅଧିକାରୀ ଭୂମିକାରେ

ମୁମ୍ବାଇ: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ପାଖାପାଖି ୩ ମାସ ବିତି ଯାଇଥିବା ବେଳେ ଏବେବି ଏହା ରହସ୍ୟ ଘେରରେ ରହିଛି । ପ୍ରକୃତରେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇପାରି ନାହିଁ । ଦେଶର ସବୁଠାରୁ ବଡ ୩ ଯାଞ୍ଚଏଜେନ୍ସି ସିବିଆଇ, ଏନ୍‌ସିବି ଓ ଇଡି ଆରମ୍ଭରୁ ଏହାର ଯାଞ୍ଚରେ ଲାଗି ପଡିଛନ୍ତି । ଅନ୍ୟପଟେ ଏହି ଘଟଣାକୁ ନେଇ ନିର୍ମାଣ ହେବାକୁ ଥିବା ଫିଲ୍ମର ଘୋଷଣା ସରିଲାଣି । ଶୁଣିବାକୁ ମିଳିଛି ଏହାର ପ୍ରଯୋଜନା ଭାର ସମ୍ଭାଳିଛନ୍ତି ସରଳା ସାରାଗୋଇ ଓ ରାହୁଲ ଶର୍ମା । ଆଉ ଏହାର ନିର୍ଦ୍ଦେଶନା ଦେବେ ଦିଲିପ ଗୁଲାଟି । ଜୁବୈର ଖାଁ ଏଥିରେ ସୁଶାନ୍ତଙ୍କ ଚରିତ୍ରରେ ନଜର ଆସିବେ । ସୁଶାନ୍ତଙ୍କ ମୃତ୍ୟୁ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିଆ ଚକ୍ରବତ୍ତୀଙ୍କ ଭୂମିକାରେ ଶ୍ରେୟା ଶୁକ୍ଳା ନଜର ଆସିବେ ବୋଲି ଜଣାପଡିଛି । ଶ୍ରେୟା ଏହା ପୂର୍ବରୁ ଏକ ୱେବ ସିରିଜରେ କାମ କରି ସାରିଛନ୍ତି । ଶକ୍ତି କପୁର ଏଥିରେ ଜଣେ ସିବିଆଇ ଅଧିକାରୀ ଭୂମିକାରେ ନଜର ଆସିବେ । ଅରୁଣ ବକ୍ସି ସୁଶାନ୍ତଙ୍କ ପିତା ଭୂମିକାରେ ଓ ଅମନ ବର୍ମା ଜଣେ ଇଡି ଅଧିକାରୀ ଭାବେ ଆସିବେ ବୋଲି ଜଣାପଡିଛି । ବହୁ ପରିଚିତ ଅଭିନେତା ଆସରାନି ଓ ସୁଧା ଚନ୍ଦ୍ରନ ଏହି ଫିଲ୍ମରେ କିଛି ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିପାରନ୍ତି । ଏବେ ଫିଲ୍ମର କାଷ୍ଟ ଓ କ୍ରିୟୁ ଏକ ପ୍ରକାର ସ୍ଥିର ହୋଇ ସାରିଥିବା ବେଳେ ଏବେ ରିଲିଜ୍ ଡେଟ୍‌କୁ ଅପେକ୍ଷା ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri