ଚଳନ୍ତା ଆମ ବସ୍‌ରେ ଲାଗିଲା ନିଆଁ, ଭିତରୁ ଯାତ୍ରୀମାନଙ୍କୁ…

ଖୋର୍ଦ୍ଧା,୨୧ା୮(ପ୍ରଭାତ ପାଣିଗ୍ରାହୀ): ଗୁରୁବାର ମଧ୍ୟାହ୍ନରେ ୧୬ ନମ୍ବର ଜାତୀୟ ରାଜପଥର ଖୋର୍ଦ୍ଧା ନିକଟସ୍ଥ ଗଡ଼ଖୋର୍ଦ୍ଧା ଛକରେ ଏକ ଚଳନ୍ତା ଆମ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ବସ (ଓଡି-୩୩, ୟୁ-୭୩୪୯) ଜଗତପୁରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଗଡ଼ିଖୋର୍ଦ୍ଧା ଛକ ନିକଟରେ ହଠାତ୍ ବସର ଇଞ୍ଜିନରୁ ଧୂଆଁ ବାହାରିବା ସହ ନିଆଁ ଲାଗିଯାଇଥିଲା। ଫଳରେ ବସଟି ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଶଟ୍‌ସର୍କିଟ୍‌ରୁ ଯୋଗୁ ନିଆଁ ଲାଗିଥାଇପାରେ, ଯଦିଓ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବସରେ ୩୦ରୁ ଅଧିକ ଯାତ୍ରୀ ଥିବା ଜଣାପଡ଼ିଛି। ଡ୍ରାଇଭରଙ୍କ ତତ୍ପରତା ଯୋଗୁ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବସରୁ ବାହାର କରାଯାଇଥିଲା। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀର ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ତାହା ପୂର୍ବରୁ ବସଟି ସମ୍ପୂର୍ଣ୍ଣ ଜଳି ନଷ୍ଟ ହୋଇଯାଇଥିଲା।

ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ବାରମ୍ବାର ଆମ ବସରେ ଅଘଟଣ ଘଟୁଥିବା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନେକ ଯାତ୍ରୀ ଓ ସ୍ଥାନୀୟ ବାସିନ୍ଦା ଓଡ଼ିଶା ରାଜ୍ୟ ପରିବହନ ନିଗମର ବସଗୁଡ଼ିକର ରକ୍ଷଣାବେକ୍ଷଣ ଓ ସୁରକ୍ଷା ମାନଦଣ୍ଡ ଉପରେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri