ଚଳନ୍ତା ଆମ ବସ୍‌ରେ ଲାଗିଲା ନିଆଁ, ଭିତରୁ ଯାତ୍ରୀମାନଙ୍କୁ…

ଖୋର୍ଦ୍ଧା,୨୧ା୮(ପ୍ରଭାତ ପାଣିଗ୍ରାହୀ): ଗୁରୁବାର ମଧ୍ୟାହ୍ନରେ ୧୬ ନମ୍ବର ଜାତୀୟ ରାଜପଥର ଖୋର୍ଦ୍ଧା ନିକଟସ୍ଥ ଗଡ଼ଖୋର୍ଦ୍ଧା ଛକରେ ଏକ ଚଳନ୍ତା ଆମ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ବସ (ଓଡି-୩୩, ୟୁ-୭୩୪୯) ଜଗତପୁରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଗଡ଼ିଖୋର୍ଦ୍ଧା ଛକ ନିକଟରେ ହଠାତ୍ ବସର ଇଞ୍ଜିନରୁ ଧୂଆଁ ବାହାରିବା ସହ ନିଆଁ ଲାଗିଯାଇଥିଲା। ଫଳରେ ବସଟି ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଶଟ୍‌ସର୍କିଟ୍‌ରୁ ଯୋଗୁ ନିଆଁ ଲାଗିଥାଇପାରେ, ଯଦିଓ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବସରେ ୩୦ରୁ ଅଧିକ ଯାତ୍ରୀ ଥିବା ଜଣାପଡ଼ିଛି। ଡ୍ରାଇଭରଙ୍କ ତତ୍ପରତା ଯୋଗୁ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବସରୁ ବାହାର କରାଯାଇଥିଲା। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀର ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ତାହା ପୂର୍ବରୁ ବସଟି ସମ୍ପୂର୍ଣ୍ଣ ଜଳି ନଷ୍ଟ ହୋଇଯାଇଥିଲା।

ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ବାରମ୍ବାର ଆମ ବସରେ ଅଘଟଣ ଘଟୁଥିବା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନେକ ଯାତ୍ରୀ ଓ ସ୍ଥାନୀୟ ବାସିନ୍ଦା ଓଡ଼ିଶା ରାଜ୍ୟ ପରିବହନ ନିଗମର ବସଗୁଡ଼ିକର ରକ୍ଷଣାବେକ୍ଷଣ ଓ ସୁରକ୍ଷା ମାନଦଣ୍ଡ ଉପରେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?